www.samajalive.in
Monday, December 8, 2025
24.1 C
Bhubaneswar

କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚାର କ୍ୟାଣ୍ଡେଲ ଶୋଭାଯାତ୍ରା

ଆଠଗଡ : କୋଲକାତା ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ହଇଚଇ ସୃଷ୍ଟି ହେବା ସହ ବିଭିନ୍ନ ଅଞ୍ଚଳରେ ତୀବ୍ର ଆନ୍ଦୋଳନ ଆରମ୍ଭ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ଆଠଗଡ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହି ଘୃଣ୍ୟ ଓ ଅମାନବୀୟ ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି । ପ୍ରମାଣ ନଷ୍ଟ କରିବା ସହିତ ଘଟଣାକୁ ପଶ୍ଚିମବଙ୍ଗ ସରକାର ଚପାଇ ଦେବା ଲାଗି ଉଦ୍ୟମ କରୁଛନ୍ତି ବୋଲି ମହିଳା ମୋର୍ଚ୍ଚାର ନେତ୍ରୀ ଅଭିଯୋଗ କରିଛନ୍ତି । ଏହି ଅମାନବୀୟ ଘଟଣା ବିରୋଧରେ ଏବଂ ଏଥିରେ ସଂପୃକ୍ତ ସମସ୍ତ ଦୋଷୀଙ୍କୁ କଠୋର ଦଣ୍ଡ ଦାବି କରାଯାଇ ମହିଳା ମୋର୍ଚ୍ଚା ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଏକ ନୀରବ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଜେପି ମହିଳା ମୋର୍ଚ୍ଚା ଜିଲ୍ଲା ଉପସଭାପତି ଇଲା ପଣ୍ଡା, ବରିଷ୍ଠ ନେତ୍ରୀ ସ୍ୱାଗତା ପଟ୍ଟନାୟକ ଓ ଜିଲ୍ଲା ସାଧାରଣ ସମ୍ପାଦିକା ହେମମଞ୍ଜରୀ ଭଞ୍ଜଦେଓଙ୍କ ନେତୃତ୍ବରେ ଅନୁଷ୍ଠିତ ଏହି ପ୍ରତିବାଦ ଶୋଭାଯାତ୍ରାରେ ସସ୍ମିତା ସାହୁ, ପ୍ରତିମା ପ୍ରଧାନ, ନିରୁପମା ସ୍ୱାଇଁ, ପ୍ରତିମା ସାହୁ ପ୍ରମୁଖଙ୍କ ସମେତ ବହୁ ମହିଳା କାର୍ଯ୍ଯକର୍ତ୍ତା ଯୋଗଦାନ କରିଥିଲେ । ଏହି ଶୋଭାଯାତ୍ରା ଜଗନ୍ନାଥ ମନ୍ଦିରଠାରୁ ବାହାରି ସହରର ମୁଖ୍ୟ ରାସ୍ତା ଦେଇ ପୁରୁଣା ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀବଜାରଠାରେ ଶେଷ ହୋଇଥିଲା ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories