www.samajalive.in
Sunday, December 7, 2025
23.1 C
Bhubaneswar

ଝାଡାବାନ୍ତି ଆତଙ୍କ: ଦୁଇ ମୃତ, ୩୫ ଆକ୍ରାନ୍ତ

ବରଗଡ଼ : ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ଅମଲିପାଲି ଗାଁରେ ଝାଡ଼ାବାନ୍ତି ଆତଙ୍କ। ଝାଡ଼ାବାନ୍ତିରେ ଗୋଟିଏ ପରିବାରର ସ୍ବାମୀ, ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ପରିବାରର ଆଉ ୪ ଜଣ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଗ୍ରାମର ଆହୁରି ୩୫ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମର ଜଗନ୍ନାଥ ଦେହୁରୀ ଙ୍କ ଝାଡ଼ାବାନ୍ତିରେ ୧୦ ତାରିଖରେ ମୃତ୍ୟୁ ହୋଇଯାଇଥିଲା। ସ୍ବାମୀଙ୍କ ମୃତ୍ୟୁର ୬ ଦିନ ପରେ ଶୁକ୍ରବାର ସକାଳେ ସ୍ତ୍ରୀ କଳାବତୀଙ୍କ ମଧ୍ୟ ଝାଡ଼ାବାନ୍ତିରେ ମୃତ୍ୟୁ ହୋଇଛି। କଳାବତୀଙ୍କ ଝିଅ ମମତା ଓ ପୁଅ କୁଶ ମଧ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଏହି ଗାଁର ୩୫ ଜଣରୁ ଅଧିକ ବ୍ୟକ୍ତି ଗତ ୧୨ ତାରିଖରୁ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ବରଗଡ଼ ଓ ଭେଡ଼େନ ସରକାରୀ ଡାକ୍ତରଖାନାର ଡାକ୍ତରୀ ଦଳ ଅମଲିପାଲିରେ ରହି ଆକ୍ରାନ୍ତଙ୍କ ଚିକିତ୍ସା କରୁଛନ୍ତି। ଘରକୁ ଘର ଯାଇ ଔଷଧ ବଣ୍ଟାଯାଉଛି। ରୋଗାକ୍ରାନ୍ତଙ୍କଠାରୁ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ଶୁକ୍ରବାର ଅମଲିପାଲି ଯାଇ ମୃତ ଦମ୍ପତିଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ। ସେ ଗାଁର ପରିମଳ ଅବସ୍ଥାରେ ଉନ୍ନତି ଓ ପାନୀୟ ଜଳ ବିଶୋଧନ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories