www.samajalive.in
Friday, December 12, 2025
16.1 C
Bhubaneswar

ବିଦ୍ୟୁତ୍ ଆଘାତରେ ହାତୀ ମୃତ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ଚରଡପଶି ଗାଁ ଜଙ୍ଗଲରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତରେ ଏକ ମାଈ ହାତୀର ମୃତ୍ୟୁ ଘଟିଛି। ଜଙ୍ଗଲରେ ଏକ ୧୧ କେଭି ତା’ର ତଳକୁ ଓହଳି ରହିଥିଲା।  ସେଥିରେ ହାତୀଟିର ଶୁଣ୍ଢ ବାଜି ଯାଇଥିଲା । ଫଳରେ ବିଦ୍ୟୁତ୍ ଆଘାତରେ ହାତୀଟିର ମୃତ୍ୟୁ ଘଟିଥିଲା। ପରେ ଖବର ପାଇ ରେଢ଼ାଖୋଲ ଡିଏଫଓ, ଏସିଏଫ, ରେଞ୍ଚର ଓ ଅନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀର ମୃତଦେହ ଉଦ୍ଧାର କରିଛନ୍ତି। ଏହି ଅଞ୍ଚଳରେ ବାରମ୍ବାର ଏଭଳି ଘଟଣା ଘଟୁଛି। ସ୍ଥାନୀୟ ଲୋକେ ଏ ନେଇ ବନ ବିଭାଗକୁ ବାରମ୍ବାର ଜଣାଇଲେ ମଧ୍ୟ କିଛି ସୁଫଳ ମିଳୁନି। ଯାହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସେପଟେ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି ରେଢ଼ାଖୋଲ ଡିଏଫ୍‌ଓ ଅରବିନ୍ଦ ମହାନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories