www.samajalive.in
Tuesday, December 9, 2025
23.1 C
Bhubaneswar

ବଜ୍ରାଘାତରେ ଗୋଟିଏ ପରିବାରର ଜଣେ ମୃତ, ୪ ଆହତ

ସୋର: ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ନଟାପଡା ପଞ୍ଚାୟତ ୱାଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଜ୍ରାଘାତରେ ଜଣେ ମୃତ, ୪ ଆହତ । ମୃତକ ନାଁ ହରିଶ ମଳିକ। ଗୁରୁତର ଆହତମାନେ ହେଉଛନ୍ତି ସୁଭଦ୍ରା ମଳିକ, ମତାଜୀ ମଳିକ, ଭାଗ୍ୟଲକ୍ଷ୍ମୀ ମଳିକ ଓ ଜ୍ୟୋତିପ୍ରିୟା ମଳିକ।  ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ ଏମାନେ ବିଲକୁ କାମ କରିବାକୁ ଯାଇଥିବାବେଳେ ଘଡଘଡି ସହ ପ୍ରବଳ ମାତ୍ରାରେ ବର୍ଷା ହୋଇଥିଲା। ଫଳରେ ବଜ୍ରାପାତରେ ସମସ୍ତେ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ତୁରନ୍ତ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ହରିଶଙ୍କୁ ମୃତ ଘୋଷଣା କରିଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି। ତେବେ ଏମାନେ ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡିଛି।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories