www.samajalive.in
Friday, December 5, 2025
26.1 C
Bhubaneswar

ମହିଳାଙ୍କ ସୁରକ୍ଷା ପାଇଁ ସଂକଳ୍ପ ନିଅନ୍ତୁ; ରାକ୍ଷୀପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଆଜି ପବିତ୍ର ରାକ୍ଷୀପୂର୍ଣ୍ଣିମା। ରାକ୍ଷୀବନ୍ଧନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଷ୍ଟ୍ରପତି କହିଛନ୍ତି ରାକ୍ଷୀପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କୁ ମୋର ଶୁଭେଚ୍ଛା। ଏହି ପର୍ବରେ ସମସ୍ତ ଦେଶବାସୀ ଭାଇ-ଭଉଣୀଙ୍କ ମଧ୍ୟରେ ସ୍ନେହ ଓ ପରସ୍ପର ବିଶ୍ୱାସର ଭାବନା ଉପରେ ଆଧାରିତ ଏହି ପର୍ବ ସମସ୍ତ ଭଉଣୀ ଓ ଝିଅଙ୍କ ପ୍ରତି ସ୍ନେହ ଓ ସମ୍ମାନର ଭାବନା ଗାଗୃତ କରିଥାଏ। ରାକ୍ଷୀପୂର୍ଣ୍ଣିମାରେ ଆମ ସମାଜରେ ମହିଳାଙ୍କ ସୁରକ୍ଷା ଏବଂ ସମ୍ମାନକୁ ସୁନିଶ୍ଚିତ କରିବାର ସଂକଳ୍ପ ନିଅନ୍ତୁ ବୋଲି ମୁଁ ଚାହୁଁଛି। ଭାଇଭଉଣୀଙ୍କ ମଧ୍ୟରେ ଅତୁଟ ସମ୍ପର୍କର ପର୍ବ। ଆଜିର ଦିନରେ ସମାଜରେ ମହିଳାଙ୍କୁ ସମ୍ମାନ ଓ ସୁରକ୍ଷା ଦେବାକୁ ପ୍ରତିଶ୍ରୁତିବଦ୍ଧ ହେବା ଉଚିତ ବୋଲି ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ କହିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ କହିଛନ୍ତି ଭାଇଭଉଣୀଙ୍କ ଅପାର ପ୍ରେମର ପ୍ରତୀକ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମ୍ପର୍କ, ସୁଖ ଓ ସମୃଦ୍ଧି ସହ ଜୀବନରେ ନୂତନ ମଧୁରତା ଆଣିଦେଉ।

- Advertisement -

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories