www.samajalive.in
Saturday, December 6, 2025
17.1 C
Bhubaneswar

୫ ଜିଲାକୁ ପ୍ରବଳ ବର୍ଷା ସତର୍କତା

ଭୁବନେଶ୍ବର: ଉତ୍ତରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ମଧ୍ୟପ୍ରଦେଶରେ ପହଞ୍ଚିବ। ମୌସୁମୀ ଜନିତ ନିମ୍ନଚାପରେଖା ଲଘୁଚାପ କେନ୍ଦ୍ରସ୍ଥଳ ଦକ୍ଷିଣ ବାଂଲାଦେଶ ଏବଂ ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳ ଏବଂ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ଦେବଗଡର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ଥିବାରୁ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସତର୍କ ରହିବା ପାଇଁ ଏସଆରସି ସତ୍ୟବ୍ରତ ସାହୁ ସମ୍ପୃକ୍ତ ଜିଲାର ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ରାୟଗଡାରେ ସୋମବାର ୪୨ ମି.ମି ବର୍ଷା ହୋଇଛି। ଟିଟିଲାଗଡ, କେନ୍ଦ୍ରାପଡା, ମାଲକାନଗିରି, କୋରାପୁଟ ଏବଂ ତାଳଚେର ଆଦି ଅଞ୍ଚଳରେ ବର୍ଷା ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories