www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା; ସୁପ୍ରିମକୋର୍ଟରେ ଶୁଣାଣି, ଗୁରୁବାର ସୁଦ୍ଧା ଷ୍ଟାଟସ୍‌‌ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: କଲକାତା ଆର.ଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟା। ପୀଡିତାଙ୍କ ନାମ ଓ ଫଟୋ ଆଦି ଭାଇରାଲ ନେଇ ଉଦବେଗ ପ୍ରକାଶ ପାଇଛି। ନିଜ ଆଉ ରୁଜୁ କରିଥିବା ମାମଲାର ଶୁଣାଣି କରିଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଛି। ଗୁରୁବାର ସୁଦ୍ଧା ଷ୍ଟାଟସ୍‌‌ ରିପୋର୍ଟ ଦେବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଘଟଣା ଘଟିବାର ବହୁ ବିଳମ୍ବରେ ମାମଲା ରୁଜୁ ହେବା ନେଇ ପ୍ରଶ୍ନ କରିଛନ୍ତି କୋର୍ଟ। ମେଡିକାଲ କଲେଜ ଅଧ୍ୟକ୍ଷଙ୍କ ଭୂମିକା, ପୀଡିତାଙ୍କ ମୃତ୍ୟୁକୁ ଆତ୍ମହତ୍ୟାର ରୂପଦେବାକୁ କରାଯାଇଥିବା ପ୍ରୟାସ ଓ ପୀଡିତାଙ୍କ ପରିବାରକୁ ବିଳମ୍ବରେ ଶବ ଦେଖାଇବା ନେଇ କ୍ଷୋଭ ପ୍ରକାଶ କରିବା ସହ ପ୍ରଶ୍ନ କରିଛନ୍ତି ସର୍ବୋଚ୍ଚ ଅଦାଲତ।
ଏହାସହିତ ଡାକ୍ତରଙ୍କ ସୁରକ୍ଷା ନେଇ ବିରକ୍ତି ପ୍ରକାଶ କରିବା ସହ ଏହା ସାରା ଦେଶରେ ଡାକ୍ତରଙ୍କ ସୁରକ୍ଷା ବୋଲି ପ୍ରଶ୍ନ କରିଛନ୍ତି। ସାରା ଦେଶରେ ଡାକ୍ତରଙ୍କ ଆନ୍ଦୋଳନ ଚାଲିଥିବାରୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଫଳରେ ଡାକ୍ତରଙ୍କୁ ଆନ୍ଦୋଳନ ବନ୍ଦ କରିବାକୁ ଅପିଲ କରିଛନ୍ତି କୋର୍ଟ। ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ ହେବ ନ୍ୟାସନାଲ ଟାସ୍କ ଫୋର୍ସ। ସୁପ୍ରିମକୋର୍ଟଙ୍କ ନୀରିକ୍ଷଣରେ ଏହା ଗଠନ ହେବ। କୋର୍ଟଙ୍କ ଉପରେ ଭରସା ରଖିବାକୁ ଆଶ୍ୱସନା ଦେଇଛନ୍ତି ସୁପ୍ରିମକୋର୍ଟ।

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories