www.samajalive.in
Sunday, December 7, 2025
26.1 C
Bhubaneswar

ଟ୍ରେନ୍ ଆଗକୁ ଡେଇଁ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା

କେନ୍ଦୁଝରଗଡ଼: ସଦର ଥାନା କଣ୍ଡରାପଶି ପଞ୍ଚାୟତ ଧନୁର୍ଜୟପୁର ଗ୍ରାମରେ ଟ୍ରେନ ଆଗକୁ ଡେଇଁ ପ୍ରେମୀ ଯୁଗଳ ଆତ୍ମହତ୍ୟା କରିଛନ୍ତି। ଏହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଧନୁର୍ଜୟପୁର ଗ୍ରାମର ଗୌରାଙ୍ଗ ନାଏକଙ୍କ ପୁଅ ବୁଲେଟ(୨୨)ଙ୍କ ମୟୁରଭଞ୍ଜ ଜିଲା ଘାଗରବେଡା ଥାନା ଅଧିନ ନନ୍ଦପୁର ଗ୍ରାମର ଜଣେ ୩୫ ବର୍ଷୀୟା ବିଧବାଙ୍କ ସହ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ବୃଦ୍ଧି ପାଇ ଆସିଥିବାବେଳେ ଉଭୟ ପରସ୍ପର ବାନ୍ଧି ହୋଇ ମଙ୍ଗଳବାର ବିଳମ୍ବିତ ରାତିରେ ଘର ନିକଟସ୍ଥ ରେଳ ଧାରଣାକୁ ଯାଇ ସେଠାରେ କେନ୍ଦୁଝର ପଟୁ ନୟାଗଡ଼ ଅଭିମୁଖେ ଯାଉଥିବା ଏକ ମାଲବାହୀ ଟ୍ରେନ୍ ସମ୍ମୁଖକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାଜପୁର ରେଳବାଇ ପୁଲିସ ରାତି ପ୍ରାୟ ୩ଟାରେ ଖବର ପାଇ ବୁଧବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପୁଲିସ ପକ୍ଷରୁ ଉଭୟ ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବାବେଳେ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ଯାଜପୁର ରେଳବାଇ ପୁଲିସ ଅଧିକାରୀ ସୁଶାନ୍ତ କୁମାର ସେଠୀ କହିଛନ୍ତି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories