www.samajalive.in
Monday, December 8, 2025
24.1 C
Bhubaneswar

ବିଷାକ୍ତ ମଦମୃତ୍ୟୁ ସଂଖ୍ୟା ୨କୁ ବଢ଼ିଲା

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ଚିକିଟିରେ ବିଷାକ୍ତ ମଦ ପିଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ମୃତକ ଜଣକ ହେଲେ ଲୋକନାଥ ବେହେରା। ବ୍ରହ୍ମପୁର ଏମକେସିଜି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଲୋକନାଥଙ୍କ ମୃତ୍ୟୁ ହୋଇଛି। ପୂର୍ବରୁ ଏହି ଘଟଣାରେ ଜଣକର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ସୁଦ୍ଧା ଅନ୍ୟ ୧୨ ଜଣ ଅସୁସ୍ଥ ରହିଛନ୍ତି। ଏମକେସିଜି ଡାକ୍ତରଖାନାରେ ସେମାନଙ୍କର ଚିକିତ୍ସା ଜାରି ରହିଛି।

ଗତ ସୋମବାର ଗଞ୍ଜାମ ଜିଲ୍ଲା ଚିକିଟି କରବାଲୁଆ, ଜେନାପୁର ଅଞ୍ଚଳରେ ବିଷାକ୍ତ ମଦ ପିଇ ୧୬ରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ଅଭିଯୋଗ ହୋଇଥିଲା। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅନ୍ୟ ୨ ଜଣଙ୍କୁ ଚିକିଟି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାରେ ଅବକାରୀ ବିଭାଗ ପକ୍ଷରୁ ୬ ଜଣଙ୍କୁ ଗିରଫ କରିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories