www.samajalive.in
Tuesday, December 9, 2025
15.1 C
Bhubaneswar

ଓଡିଶାରେ ସୁନା ଖଣିର ସନ୍ଧାନ ମିଳିଛି- ଖଣି ମନ୍ତ୍ରୀ

ଭୁବନେଶ୍ବର : ଓଡିଶାରେ ସୁନା ଖଣିର ସନ୍ଧାନ ମିଳିଛି। ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି । ଜିଏସଆଇ ଦ୍ୱାରା ତମ୍ବାପଥର ଅନ୍ୱେଷଣ ବେଳେ ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଚ୍ଛିତ ଥିବା ଭୂତାତ୍ତ୍ୱିକ ଆକଳନରୁ ଜଣାପଡିଛି । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଇଛି।
କେନ୍ଦୁଝରର ଗୋପୁର-ଗାଜିପୁର ଅଞ୍ଚଳରେ ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ଚିହ୍ନଟ। ମୟୁରଭଞ୍ଜର ଯଶିପୁର, ସୂରିଆଗୁଡା, ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷଣ ଚାଲିଛି। ବାକି ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧର କେତେକ ସ୍ଥାନରେ ସୁନା ଖଣି ଥିବାର ସୂଚନା ମିଳିଛି। ତାହାର ସବୁ ଯାଞ୍ଚ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

‘ମର୍ଦାନି ୩’ ; ପୁଣି ଥରେ ଶିବାନୀ ଶିବାଜୀ ରୟଙ୍କ ଭୂମିକାରେ ନଜର ଆସିବେ ରାଣୀ, ସାମ୍ନାକୁ ଆସିଲା ପ୍ରଥମ ଝଲକ୍‌..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories