www.samajalive.in
Saturday, December 6, 2025
26.1 C
Bhubaneswar

ନବୀନ ନିବାସରେ ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକି ଦଳ

ଭୁବନେଶ୍ୱର: ପ୍ୟାରିସ୍‌ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳ ଗୁରୁବାର ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କ ନେତୃତ୍ୱରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଛନ୍ତି। ନବୀନ ଖେଳାଳିମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚାକୁ ନେବା ପାଇଁ କାମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ। ଆଗାମୀ ଅଲମ୍ପିକ୍ସରେ ଓଡ଼ିଶା ତଥା ଭାରତ ହକିରେ ସୁନା ପଦକ ଆଶା ରଖିଛି ବୋଲି ନବୀନ କହିଛନ୍ତି।

ଆସିଲା Moto G45: ୧୧ ହଜାରରେ ମିଳିବ ୪୦ ହଜାର ଟଙ୍କିଆ ଫୋନ୍‌ର ଡିଜାଇନ୍, ଦମ୍‌ଦାର କ୍ୟାମେରା

- Advertisement -

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଖେଳାଳିମାନଙ୍କୁ ଉପଢୌକନ ଓ ରୁପା ତାରକସିର କୋଣାର୍କ ଚକ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଖେଳାଳିମାନେ ସେମାନଙ୍କ ସ୍ବାକ୍ଷର ସମ୍ବଳିତ ଜର୍ସି ନବୀନଙ୍କୁ ପ୍ରଦାନ କରିଛନ୍ତି। ସମ୍ବର୍ଦ୍ଧନାର ଉତ୍ତର ଦେଇ ଖେଳାଳିମାନେ କହିଛନ୍ତି ଯେ, ଭାରତୀୟ ହକି ଦଳ ସବୁବେଳେ ଓଡ଼ିଶା ତଥା ଓଡ଼ିଶାବାସୀଙ୍କ ନିକଟରେ ସେମାନଙ୍କ ସହଯୋଗ ଓ ସମର୍ଥନ ପାଇଁ କୃତଜ୍ଞ ରହିବ। ଯେତେବେଳେ ହକି ପାଇଁ କେହି ପ୍ରାୟୋଜକ ଆଗେଇ ଆସି ନ ଥିଲେ ସେତେବେଳେ ନବୀନ ପଟ୍ଟନାୟକ ଏକ ଐତିହାସିକ ନିଷ୍ପତ୍ତି ନେଇଥିଲେ ଏବଂ ଓଡ଼ିଶା ଭାରତୀୟ ହକି ଦଳର ପ୍ରାୟୋଜକ ଦାୟିତ୍ୱ ନେଇଥିଲା। ଯାହାର ଫଳ ସ୍ୱରୂପ ଆଜି ଅଲିମ୍ପିକ୍ସରେ ଭାରତୀୟ ହକି ଲଗାତର ଦୁଇ ଥର ପଦକ ଜିତିବାରେ ସଫଳ ହୋଇ ପାରିଛି। ଓଡ଼ିଶାବାସୀଙ୍କ ସମର୍ଥନ ଯୋଗୁଁ ଭାରତୀୟ ହକି ତାର ହୃତ ଗୌରବ ଫେରି ପାଇଛି ବୋଲି ଖେଳାଳିମାନେ ପ୍ରକାଶ କରିବା ସହ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories