www.samajalive.in
Sunday, December 7, 2025
18.1 C
Bhubaneswar

ଚିକେନ ତନ୍ଦୁରୀ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ହଳଦୀ ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ଜିରା ଗୁଣ୍ଡ – ଅଳ୍ପ
ଚାର୍ଟ ମସଲା – ଅଳ୍ପ
ଲେମ୍ବୁ ରସ – ଅଳ୍ପ
ଧନିଆ ପତ୍ର – ଅଳ୍ପ
କଟା ପିଆଜ – ୨ଟି
ବଟର – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଦିଅନ୍ତୁ। ଏହା ପରେ ଏଥିରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ତେଲ, ଅଦା ରସୁଣ ବଟା, ଚାର୍ଟ ମସଲା,ଲେମ୍ବୁ ରସ, ଜିରା ଗୁଣ୍ଡ ପକାଇ ଭଲ ଭାବେ ଗୋଳାଇ ୧ ଘଣ୍ଟା ରଖନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଗୋଳାଇ ରଖିଥିବା ଚିକେନକୁ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏହାକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ଏହି ଛଣା ଚିକେନ ଉପରେ ବଟର ଲଗାଇ ଏହାକୁ ଗ୍ୟାସରେ ଭଲ ଭାବେ ସେକନ୍ତୁ। ଏବେ ଏକ ପାତ୍ରରେ କଟା ପିଆଜ, ଧନିଆ ପତ୍ରକୁ ପକାଇ ତନ୍ଦୁରୀ ଚିକେନକୁ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ତନ୍ଦୁରୀ ଚିକେନ। ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories