www.samajalive.in
Sunday, December 7, 2025
18.1 C
Bhubaneswar

ଆସୁଛି ଘୂର୍ଣ୍ଣିବଳୟ, ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର/ହୀରାକୁଦ : ଆସନ୍ତା ୨୪ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଗୁରୁବାର ସକାଳୁ ଭୁବନେଶ୍ବର ସହ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ବରରେ ସକାଳ ସାଢେ ୮ଟାରୁ ପ୍ରବଳ ବର୍ଷା ହୋଇଥିଲା। ବାଲେଶ୍ବରରେ ସବୁଠୁ ଅଧିକ ୫୦.୬ମି.ମି ବର୍ଷା ହୋଇଥିବା ବେଳେ ଭୁବନେଶ୍ବରରେ ୩୪.୨ ମି.ମି ଏବଂ ପାରାଦ୍ବୀପ ୨୫.୮ମି.ମି ବର୍ଷା ହୋଇଛି। ଗତ ୨୪ ଘଣ୍ଟାରେ ଜଗତସିଂହପୁର ଜିଲାର ରଘୁନାଥପୁରରେ ୧୧୧ମି.ମି ବର୍ଷା ରେକର୍ଡ କରାଯାଇ ଥିବାବେଳେ ଏହି ଜିଲାର ବିରିଡିରେ ୮୪ମି.ମି ଏବଂ କେନ୍ଦୁଝର ଜିଲାର ଝୁମ୍ପୁରାରେ ୮୭.୨ ମି.ମି ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ଅତି ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ୨ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ ଓ ଝାରସୁଗୁଡା ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories