www.samajalive.in
Sunday, December 7, 2025
18.1 C
Bhubaneswar

ଅଧିବେଶନର ଚତୁର୍ଥ ଦିନ: ମଦ ମୃତ୍ୟୁକୁ ନେଇ ଆଜି ବି କମ୍ପିବ ଗୃହ !

ଭୁବନେଶ୍ଵର: ଆଜି ବିଧାନସଭା ଅଧିବେଶନର ଚତୁର୍ଥ ଦିନ। ଚିକିଟି ମଦ ମୃତ୍ୟୁକୁ ନେଇ ଆଜି ପୁଣି ହୁଲସ୍ତୁଲ ହୋଇପାରେ ଗୃହ। ବିରୋଧୀ ବିଜେଡି ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ ରହିଛି। ଦୁଇ ଦିନ ଧରି ଗୃହରେ ଏହି ପ୍ରସଙ୍ଗରେ ଶାସକ ଦଳ କୁ ଘେରି ପ୍ରଶ୍ନ କରିଛି ବିଜେଡି। ଆଜି ମଧ୍ୟ ଗୃହ ସ୍ଵାଭାବିକ ହେବା ଆଶା କ୍ଷୀଣ ରହିଛି। ତେବେ ଅନେକ ଗୁରୁତ୍ଵପୂର୍ଣ୍ଣ ବିଭାଗର ପ୍ରଶ୍ନକାଳ ରହିଛି। ବିଦ୍ୟାଳୟଓ ଗଣ ଶିକ୍ଷା, ଉଚ୍ଚଶିକ୍ଷା , ଶିଳ୍ପ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ପଛୁଆ ବର୍ଗ କଲ୍ୟାଣ , କ୍ରୀଡା ଓ ଯୁବ କଲ୍ୟାଣ , ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି , ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରଶ୍ନକାଳ ରହିଛି। ସେହିପରି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି। ବିରୋଧୀ ପକ୍ଷରୁ ମଧ୍ୟ ମୂଲତବୀ ପ୍ରସ୍ତାବ ଦିଆଯିବ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories