www.samajalive.in
Tuesday, December 9, 2025
15.1 C
Bhubaneswar

ଚିକିଟି ମଦ ମୃତ୍ୟୁ ମାମଲା: ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ

ଭୁବନେଶ୍ଵର: ଚିକିଟି ମଦ ମୃତ୍ୟୁ ମାମଲାରେ ଗୃହରେ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗଞ୍ଜାମ ଜିଲ୍ଲାରେ ୫୦୦ ଲିଟର ପୋଚ ନଷ୍ଟ  କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଦୁଇ ଜଣଙ୍କୁ ଅଟକ ରଖାଯାଇଛି। ୩ ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି । ମଦ ସାମ୍ପଲ ଓ ମୃତକଙ୍କ ଭିସେରା ଫୋରେନସିକ୍ ଲ୍ୟାବକୁ ପଠାଯାଇଛି।  ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ତେବେ ଆଜି ବିଧାନସଭା ଅଧିବେଶନର ଚତୁର୍ଥ ଦିନରେ ମଧ୍ୟ ଗୃହ ଆରମ୍ଭରୁ  ଚିକିଟି ମଦ ମୃତ୍ୟୁକୁ ନେଇ ବିଧାନସଭା ହୁଲସ୍ତୁଲ ହୋଇଥିଲା। ବିରୋଧୀ ବିଜେଡି ଓ କଂଗ୍ରେସ ସଦସ୍ୟ ଗୃହ ମଧ୍ୟରେ ହଟ୍ଟଗୋଳ କରିଥିଲେ । ମହିଳା ବାଚସ୍ପତିଙ୍କ ଆଗରେ ବିଜେଡି ସଦସ୍ୟମାନେ ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରିଥିଲେ।  ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିଜେଡିର ଦୁଇ ଜଣ ବିରୋଧୀ ସଦସ୍ୟ ବାଚସ୍ପତିିଙ୍କ ପୋଡିୟମ ଉପରକୁ ଚଢି ଯାଇଥିଲେ । ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories