www.samajalive.in
Sunday, December 7, 2025
15.1 C
Bhubaneswar

ପୁଣି ଖୋଲିଲା ରତ୍ନ ଭଣ୍ଡାର, ସାଧାରଣ ଦର୍ଶନ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ପୁଣି ଥରେ ଖୋଲିଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାର। ଶୁକ୍ରବାର ଦିନ ପ୍ରାୟ ୨ଟା ସମୟରେ ରତ୍ନ ଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ଵନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଉପସ୍ଥିତିରେ ରତ୍ନ ଭଣ୍ଡାର ଖୋଲାଯାଇ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର କରାଯାଉଛି। ନୀଳାଦ୍ରି ମ୍ୟୁଜିୟମ୍ ନିକଟ ଏକ କୋଠରୀକୁ ସ୍ଥାନାନ୍ତର ହେଉଛି ଖାଲି ଆଲମିରା ଓ ସିନ୍ଦୁକ। ରାଜ୍ୟ ସରକାରଙ୍କ ସ୍ଵତନ୍ତ୍ର ଏସଓପି ଅନୁସାରେ ଦିନ ୧ଟାରୁ ସ୍ଥାନାନ୍ତରଣ ସରିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ତେବେ ଆନନ୍ଦ ବଜାରରୁ ଭକ୍ତମାନେ ମହାପ୍ରସାଦ କିଣିପାରିବେ। ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସ୍ପଷ୍ଟ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories