www.samajalive.in
Sunday, December 7, 2025
16.1 C
Bhubaneswar

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏଏସଆଇ ଡିଜିଙ୍କୁ ଚିଠି

ପୁରୀ: ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ପ୍ରଶାସକ ଙ୍କ ଚିଠି। ଅତିଶୀଘ୍ର ଏଏସଆଇ ତରଫରୁ ଯାଞ୍ଚ କାର୍ଯ୍ୟ ସମ୍ପନ୍ନ କରି ମରାମତି କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଅତ୍ୟାଧୁନିକ ଯନ୍ତ୍ରପାତି , ଲେଜର ସ୍କାନିଂ ଓ ଜିପିଆରଏସ୍ ଭଳି ଅତ୍ୟାଧୁନିକ ଭାବରେ ଯାଞ୍ଚ କରିବାକୁ ଅନୁରୋଧ କରାଯାଇଛି। ଉନ୍ନତ ଅନୁଷ୍ଠାନ ଯଥା ଆଇଆଇଟି ବିଶେଷଜ୍ଞ ଙ୍କ ଦ୍ଵାରା ଯାଞ୍ଚ ପାଇଁ ଅନୁରୋଧ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ। ନୀତିକାନ୍ତି ବ୍ୟାଘାତ ନହେବା ପାଇଁ ଛତିଶା ନିଯୋଗ ଓ ପରିଚାଳନା କମିଟି ତରଫରୁ ନୀତିର ସାରଣୀ କରାଯିବ। ଯାଞ୍ଚ ଓ ମରାମତି ପାଇଁ ପୂର୍ବରୁ ଯେଉଁ ଏସଓପି କରାଯାଇଛି, ସେହି ଅନୁସାରେ ସମସ୍ତ କାର୍ଯ୍ୟ ସମ୍ପନ୍ନ କରାଯିବା ପାଇଁ ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories