www.samajalive.in
Sunday, December 7, 2025
18.1 C
Bhubaneswar

୨୬ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ଵର: ଆସନ୍ତା ସୋମବାର ଅଗଷ୍ଟ ୨୬ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ମୋହନ ସରକାର ଜୁଲାଇ ମାସ ଆରମ୍ଭରୁ ପ୍ରତ୍ୟେକ ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି। ଏଥିରେ ସରକାର ସିଧାସଳଖ ଲୋକଙ୍କ ସମସ୍ୟା ବିଷୟରେ ବୁଝି ଏହାର ସମାଧାନ କରୁଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି। ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ଆୟୋଜିତ ହେଉଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories