www.samajalive.in
Sunday, December 7, 2025
14.1 C
Bhubaneswar

ଶ୍ଵାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

ସମାଜ ଡିଜିଟାଲ ଡେସ୍କ: ଶ୍ଵାସରୁଦ୍ଧ ହୋଇ ଚାଲିଯାଇଛି ୩ ଶ୍ରମିକଙ୍କ ଜୀବନ। ଛାତ ସେଣ୍ଟ୍ରିଂ ଖୋଲିବା ସମୟରେ ଅଣନିଶ୍ଵାସୀ ହୋଇପଡ଼ିବାରୁ ଶ୍ରମିକମାନଙ୍କର ମୃତ୍ୟୁ ଘଟିଛି। ସମ୍ବଲପୁର ଜିଲା ଜମନକିରା ଅନ୍ତର୍ଗତ ପୁକୁଡ଼ା ଗ୍ରାମରେ ଶନିବାର ପୂର୍ବାହ୍ନରେ ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି।

ମିଳିଥିବା ସୂଚନା ଅନୁସାରେ, ଗ୍ରାମର ଜଣେ ବ୍ୟକ୍ତିଙ୍କର ନୂଆ ଘରର ଛାତ ପଡ଼ିଥିଲା। ଶନିବାର କିଛି ଶ୍ରମିକ ନୂଆ ଛାତ ସେଣ୍ଟ୍ରିଂ ଖୋଲିବା କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ସେଣ୍ଟ୍ରିଂ ଖୋଲିବା ସମୟରେ ୪ ଶ୍ରମିକ ଅଣନିଶ୍ଵାସୀ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। ତୁରନ୍ତ ସେମାନଙ୍କୁ ଡାକ୍ତରଖାନା ନିଆଯାଇଥିଲା। ୩ ଶ୍ରମିକଙ୍କୁ ଡାକ୍ତର ମୃତ ଘୋଷଣା କରିଥିବାବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାନରେ ଚିକିତ୍ସାଧୀନ ରହିଛନ୍ତି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories