www.samajalive.in
Sunday, December 7, 2025
23.1 C
Bhubaneswar

ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍ । ବର୍ତ୍ତମାନ୍ ମୋଟ୍ ୧୪ଟି  ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତେବେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ତେଣୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପଟେ ମୟୁରଭଞ୍ଜ, ବାଲେଶ୍ଵର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ , କନ୍ଧମାଳ, ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ଆଶଙ୍କା ରହିଛି। ସହରାଞ୍ଚଳ ନାଳ ଗୁଡିକରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ ବୋଲି ପାଣିପାଗ ବିଭାଗ ପରାମର୍ଶ ଦେଇଛି। ତେଣୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories