www.samajalive.in
Saturday, December 6, 2025
15.1 C
Bhubaneswar

୩ ଦିନ ପ୍ରବଳ ବର୍ଷିବ; ୨୯ରେ ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସିରିଜ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ପରେ ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଶନିବାର ପାଇଁ ୬ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲାରେ ୭୦ ରୁ ୨ ଶହ ମିଲିମିଟର ଯାଏଁ ବର୍ଷିବ । ଏହାସହ ପ୍ରବଳ ବର୍ଷା ନେଇ ୨୦ ଜିଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ଓ ୨୭ ତାରିଖରେ ବର୍ଷା ପରିମାଣ କମିବ। ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅଗଷ୍ଟ ୩୧ରୁ ସେପ୍ଟେମ୍ବର ପୁଣି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଜୁନ ୧ରୁ ଆଜି ଯାଏଁ ସ୍ୱଭାବିକଠାରୁ ୧୧% ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

ତାମିଲ, କନ୍ନଡ ପରେ ହିନ୍ଦୀରେ ଏହି ଦିନ ରିଲିଜ୍‌ ହେବ ତଙ୍ଗଲାନ,କରିବ ଜବରଦସ୍ତ ଧମାକା..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories