www.samajalive.in
Thursday, December 11, 2025
26.1 C
Bhubaneswar

ଗୋବିନ୍ଦପୁର ହାଇସ୍କୁଲରେ ସଂସ୍କୃତ ଦିବସ ସମାରୋହ

ପିପିଲି :ପିପିଲି ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ହାଇସ୍କୁଲ ଠାରେ ସଂସ୍କୃତ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଅଛି। ପ୍ରଧାନ ଶିକ୍ଷୟିତ୍ରୀ ନିର୍ମଳା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ  ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ତଥା ବରିଷ୍ଠ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ନାୟକ, ସିଆରସିସି ଚିନ୍ତାମଣି ଓଝା, ପୋପରଙ୍ଗା ହାଇସ୍କୁଲର ସଂସ୍କୃତ ଶିକ୍ଷକ ଚନ୍ଦ୍ରଶେଖର ମିଶ୍ର, ପୁର୍ବତନ ଶିକ୍ଷକ ଆଲ୍ଲାଉଦିନ ଅହମ୍ମଦ, ଶିକ୍ଷୟିତ୍ରୀ ନମିତା ବିଶ୍ୱାଳ ପ୍ରମୁଖ  ଯୋଗଦେଇ ସଂସ୍କୃତ ଭାଷା ଉପରେ ଆଲୋକପାତ କରିବା ସହ ଉତ୍ତମ ଚରିତ୍ର ସମ୍ପନ୍ନ ଓ ଭଲ ମଣିଷ ହେବାକୁ ପିଲାମାନଙ୍କୁ ଉପଦେଶ ଦେଇଥିଲେ। ଏହି ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ଓଡିଶୀ ଓ ଲୋକ ନୃତ୍ୟ ପରିବେଷଣ କରାଯାଇଥିଲା। ସହକାରୀ ଶିକ୍ଷକ ମହେନ୍ଦ୍ର କୁମାର ଡାଙ୍ଗୁଆ ଏବଂ ସଂସ୍କୃତ ଶିକ୍ଷକ ନିରଞ୍ଜନ ସ୍ୱାଇଁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories