www.samajalive.in
Saturday, December 13, 2025
23.1 C
Bhubaneswar

ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଲୋକାର୍ପିତ

ପିପିଲି :ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଜବାହର ବିଦ୍ୟାପୀଠ ପରିସରରେ ନବନିର୍ମିତ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମକୁ ରାଜ୍ୟ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଶନିବାର ଆନୁଷ୍ଠାନିକ ଭାବେ ଲୋକାର୍ପଣ କରିଛନ୍ତି। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ବିଧାୟକ ଆଶ୍ରିତ ପଟ୍ଟନାୟକ, ପିପିଲି ନଗରପାଳ ସେକ୍‌‌ ବାବୁ, ପୂର୍ବତନ ପୌର ଉପାଧ୍ୟକ୍ଷ ସୁକାନ୍ତ ଭଟ୍ଟଙ୍କ ସମେତ କ୍ରୀଡା ଓ ପୂର୍ତ୍ତ ବିଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ। ପିପିଲି ଅଞ୍ଚଳରେ କ୍ରୀଡାର ବିକାଶ କ୍ଷେତ୍ରରେ ଏହି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମନ୍ତ୍ରୀ, ବିଧାୟକ ଓ ନଗରପାଳ ମତବ୍ୟକ୍ତ କରିଥିଲେ।

ଜବାହର ବିଦ୍ୟାପୀଠର ସ୍କାଉଟ୍‌‌ ଓ ଏନ୍‌‌ସିସି ଛାତ୍ରଛାତ୍ରୀମାନେ ମନ୍ତ୍ରୀ ଓ ବିଧାୟକଙ୍କୁ ଭବ୍ୟ ସ୍ୱାଗତ କରିବା ସହ ପାଛୋଟି ନେଇଥିଲେ। ପୂର୍ତ୍ତ ବିଭାଗ ପକ୍ଷରୁ ୫କୋଟି ୧୦ଲକ୍ଷ ଟଙ୍କା ବ୍ୟୟବରାଦରେ ନିର୍ମାଣ ଆରମ୍ଭ କରାଯାଇଥିବା ଏହି ଇଣ୍ଡୋର ଷ୍ଟାଡିୟମ୍ରେ ୬.୧୭କୋଟି ଟଙ୍କା ଖର୍ଚ୍ଚ କରାଯାଇଥିବା ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବହୁ କ୍ରୀଡାବିତ୍‌‌, କ୍ରୀଡା ସଂଗଠନର ସଦସ୍ୟ, ବରିଷ୍ଠ ନାଗରିକ, ବୁଦ୍ଧିଜୀବୀମାନେ ଯୋଗଦେଇଥିଲେ।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories