www.samajalive.in
Sunday, December 7, 2025
26.1 C
Bhubaneswar

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଇଡ଼ି ମହାନିର୍ଦ୍ଦେଶକ

ପୁରୀ: ଆସନ୍ତାକାଲି ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମହାନିର୍ଦ୍ଦେଶକ ରାହୁଲ ନବୀନ। ଏହି ସମୟରେ ଏକାଧିକ ପୁରୁଣା ଫାଇଲ ଖୋଲିବା ସହ ନୂଆ ମାମଲା ରୁଜୁ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିପାରନ୍ତି। ଭୁବନେଶ୍ୱର, ପୁର ଓ କଟକ ଗସ୍ତ କରିବେ ରାହୁଲ ନବୀନ। ଏହି ସମୟରେ ପୁରୀରେ ଦୁଇଦିନ ଅବସ୍ଥାନ କରି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହାପରେ କଟକରେ ଜଷ୍ଟିସ ଅରଜିତ ପଶାୟତଙ୍କ ବାସଭବନରେ ହେବାକୁ ଥିବା ସମୀକ୍ଷା ବୈଠକରେ ଯୋଗଦେବେ। ପରେ ଭୁବନେଶ୍ୱର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶାଖା କାର୍ଯ୍ୟାଳୟ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

 

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories