www.samajalive.in
Sunday, December 14, 2025
26.1 C
Bhubaneswar

କାଳିଆ ପାଇଁ ଆବେଦନ ଅବଧି ବଢ଼ିଲା

ଭୁବନେଶ୍ବର  : ଚା​‌ଷ କାର୍ଯ୍ୟରେ ସହାୟତା ଏବଂ ଚାଷୀଙ୍କ ରୋଜଗାର ବୃଦ୍ଧି ପାଇଁ ସରକାର ପ୍ରଗତିଶୀଳ ତଥା ଐତିହାସିକ ‘କାଳିଆ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ସାମିଲ ହେବା ପାଇଁ ଚାଷୀଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟ ଆବେଦନ ଫର୍ମ ଦାଖଲର ଶେଷ ତାରିଖ ଜାନୁଆରୀ ୧୦ରୁ ୧୫ ତାରିଖକୁ ଘୁଞ୍ଚାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। କାଳିଆ ଯୋଜନାରୁ ଯେପରି ଜଣେ ବି ଯୋଗ୍ୟ ଚାଷୀ ବାଦ ନପଡ଼ନ୍ତି ସେଥିପ୍ରତି ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ସଂପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କାଳିଆ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ସେ ଆବେଦନ ଦାଖଲ ତାରିଖ ଘୁଞ୍ଚାଇବାକୁ ନିର୍ଦେଶ ଦେଇଛନ୍ତି।
ପ୍ରଥମ ପର୍ଯ୍ୟାୟ ଆବେଦନ ଫର୍ମ ଦାଖଲ ତାରିଖ ଜାନୁଆରୀ ୧୫କୁ ଘୁଞ୍ଚାଯାଇଥିବା ବେ​‌େ​‌ଳ ଦ୍ବିତୀୟ ପର୍ଯ୍ୟାୟ ଆବେଦନ ଜାନୁଆରୀ ୨୫ରୁ ଆରମ୍ଭ ହୋଇ ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆବଶ୍ୟକସ୍ଥଳେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ ଯେ କୃଷି ସମୃଦ୍ଧିକୁ ତ୍ୱରାନ୍ୱିତ କରିବା ସହ ଦାରିଦ୍ର୍ୟ ହ୍ରାସରେ ଏହା ସହାୟକ ହେବ। କ୍ଷୁଦ୍ର ଓ ନାମମାତ୍ର, ଭୂମିହୀନ ଚାଷୀ, କୃଷି ଶ୍ରମିକ, ଭାଗ ଚାଷୀ (ପ୍ରକୃତ ଚାଷୀ) ତଥା ଅସମର୍ଥ କୃଷି ପରିବାର ବିଭିନ୍ନ ସୁବିଧା ପାଇପାରିବେ। ପ୍ରାୟ ୬୦ ଲକ୍ଷ କୃଷକ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories