www.samajalive.in
Sunday, December 7, 2025
23.1 C
Bhubaneswar

ରତ୍ନଭଣ୍ଡାର ସୁଡ଼ଙ୍ଗ ରହସ୍ୟ ଉନ୍ମୋଚନ ହେବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ଅଛି କି ନାହିଁ, ଖୁବଶୀଘ୍ର ତାହାର ରହସ୍ୟ ଉନ୍ମୋଚନ ହେବ। ସୁଡ଼ଙ୍ଗ ନେଇ ସ୍ପଷ୍ଟ ହେବା ପାଇଁ ସର୍ଭେ ଆରମ୍ଭ ହେବ ବୋଲି ସୋମବାର ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ କହିଛନ୍ତି। ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ ସେ ସଂକ୍ରାନ୍ତରେ ଜାଣିବା ପାଇଁ ଏହି ସର୍ଭେ କରାଯିବ। ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ମରାମତି ପରେ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି। ୧୯୭୮ମସିହାର ଡାଟାବେସ ଅନୁଯାୟୀ ଅଳଙ୍କାର ମେଳ କରାଯିବ। ବାହାର ଭଣ୍ଡାର ଦେଇ ଭିତର ଭଣ୍ଡାରକୁ ପ୍ରବେଶ କରିବା ପରେ ଏହି ସୁଡ଼ଙ୍ଗ ଦୃଶ୍ୟମାନ ନେଇ ୧୯୭୮ରେ ଭିତର ଭଣ୍ଡାର ଖୋଲାଯିବା ସମୟରେ ଏ ସମ୍ପର୍କିତ ତଥ୍ୟ ରେକର୍ଡ କରାଯାଇଛି। ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା। ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଏବଂ ମରାମତି ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏଏସ୍‌ଆଇ ଡିଜିଙ୍କୁ ଚିଠି ଲେଖିଛନ୍ତି। ଖୁବ୍‌ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଏଥିସହିତ ଉନ୍ନତମାନର ଅନୁଷ୍ଠାନ ଦ୍ୱାରା ଯାଞ୍ଚ ପ୍ରକ୍ରିୟା କରିବା ପାଇଁ ମୁଖ୍ୟ ପ୍ରଶାସକ ନିବେଦନ କରିଛନ୍ତି। ଲେଜର ସ୍କାନିଂ ଓ ଜିପିଆର୍‌ଏସ୍‌ ଦ୍ୱାରା ଯାଞ୍ଚ ପାଇଁ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି। ଯାଞ୍ଚ ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଶ୍ରୀ ପାଢୀ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories