www.samajalive.in
Monday, December 8, 2025
27.1 C
Bhubaneswar

ଟ୍ରକ୍ ଧକ୍କାରେ ସ୍କୁଟି ଆରୋହୀ ମୃତ

ଭବାନୀପାଟଣା: ଭବାନୀପାଟଣାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ ଚାପାରେ ଜଣେ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଚାରବହାଲ ଗାଁର ଅବସରପ୍ରାପ୍ତ ଶିକ୍ଷକ ସୁନୀଲ ପଣ୍ଡା ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ସୁନୀଲ ଆଜି ସକାଳେ ସ୍କୁଟି ନେଇ ବସଷ୍ଟାଣ୍ଡ ଯାଉଥିଲେ। ଏତିକି ବେଳେ ନଗର ପାଳିକା ଅଫିସ ସମ୍ମୁଖରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସୁନୀଲଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରକଟି ଫେରାର ହୋଇଯାଇଛି।  ତେବେ ସକାଳ ୬ ଟା ପରେ ସହର ମଧ୍ୟରେ ଭାରିଯାନ ଚଳାଚଳ ନିଷେଧ ଥିବାବେଳେ ଟ୍ରକ୍ କିପରି ସହର ମଧ୍ୟକୁ ଆସିଲା,  ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଖବର ପାଇ ଟାଉନ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories