www.samajalive.in
Saturday, December 6, 2025
19.1 C
Bhubaneswar

କେଉଁ ବ୍ୟକ୍ତିଙ୍କ ପାରିବାରିକ ଜୀବନରେ ଆସିବ ଉନ୍ନତି ? ଜାଣନ୍ତୁ ବୁଧବାର ରାଶିଫଳ

ମେଷ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନରେ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ମିଳିପାରେ।
ବୃଷ: ତ୍ୟାଗପୂତ ମନୋବୃତ୍ତିର ହେବେ। ମତିଜ୍ଞ ହୋଇପାରନ୍ତି। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ ହେବେ। ମନ ପ୍ରଫୁଲ୍ଲ ରହିବ। କର୍ମଠ ହେବେ।
ମିଥୁନ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସହାୟତାରେ ଲାଭବାନ୍‌ ହେବେ। ସୁସ୍ବାଦୁ ଭୋଜନ ମିଳିବ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।
କର୍କଟ:ଏକାନ୍ତ ସାଧନା ଫଳବତୀ ହେବ। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ସିଂହ: ଜ୍ଞାନ ପିପାସୁ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। କର୍ମଚଞ୍ଚଳ ରହିବେ। ନାନାବିଧ ସମ୍ମାନର ଅଧିକାରୀ ହେବେ। ଯାନବାହନ ସୁଖ ମିଳିବ। କୀର୍ତ୍ତିମାନ୍‌ ହେବେ। ଗୁଣଜ୍ଞ ହେବେ।
କନ୍ୟା: ସରକାରୀ ଅର୍ଥ ମିଳିପାରେ। ଗୃହ ପରିବେଶ ଉତ୍ତମ ମାନର ହେବ। କୀର୍ତ୍ତି, ମର୍ତ୍ତି, ସ୍ବତ୍ବ, ସନ୍ତୋଷ ସବୁ କିଛି ମିଳିବ। ବହୁବିଧ ଧନର ଅଧିକାରୀ ହୋଇପାରନ୍ତି। ଗୁଣୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ହେବେ।
ତୁଳା: ଧନବାନ୍‌ ହେବେ। ମହିଳା ଗୋଷ୍ଠୀର ନେତୃତ୍ବ ନେଇପାରନ୍ତି। କର୍ମଚଞ୍ଚଳ ରହିବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅନେକ କ୍ଷେତ୍ରରେ ସୂରବୀରତା ପ୍ରଦର୍ଶନ କରିପାରନ୍ତି।
ବିଛା: କର୍ମକ୍ଷେତ୍ରରେ ଅସୁବିଧା ଉପୁଜିପାରେ। ସେହି ଅସୁବିଧାକୁ ଆପଣ ସମାଧାନ କରି ଆତ୍ମସନ୍ତୋଷ ଲାଭ କରିବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସାରାଦିନ ସତର୍କରେ ଚଳିବାକୁ ପଡ଼ିବ।
ଧନୁ: ସଦାସର୍ବଦା ମନୋରମା ବୁଦ୍ଧିମତୀ ପତ୍ନୀଙ୍କ ସହଯୋଗ ମିଳିବ। ମୂଲ୍ୟବାନ୍‌ ଧାତୁଦ୍ରବ୍ୟ ଲାଭର ସୂଚନା ମିଳୁଛି। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି। ଅହଂଭାବକୁ ବିସର୍ଜନ କରିପାରନ୍ତି।
ମକର: ଜ୍ଞାନ, କୌଶଳ ପ୍ରୟୋଗ କରି ଶତ୍ରୁତାର ଅବସାନ ଘଟାଇ ପାରନ୍ତି। ମନରେ ଉପୁଜିଥିବା ଅଶାନ୍ତି ଦୂର ହେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ।
କୁମ୍ଭ:ସମୟ ସୁବିଧା ଦେଖି ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସ୍ତରରେ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପାରିବାରିକ ଜୀବନ ସୁଖପ୍ରଦ ହେବ। ସତ୍‌ଚରିତ୍ରସମ୍ପନ୍ନ ହେବେ। ହୃତଗୌରବ ଫେରିପାଇବେ।
ମୀନ: ପରିଶ୍ରମ ଯେ​‌ତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପରବର୍ତ୍ତୀ ସମ୍ୟରେ ସୁଧାର ଆସିବ। ଯାନବାହନ ସୁଖ ମିଳିବ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories