www.samajalive.in
Wednesday, December 10, 2025
15.1 C
Bhubaneswar

ଗୁଜରାଟରେ ପ୍ରବଳ ବର୍ଷା, ୧୬ ମୃତ

ଗାନ୍ଧୀନଗର: ଗୁଜରାଟରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ଗତ ଦୁଇଦିନ ମଧ୍ୟରେ ୧୬ଜଣଙ୍କ ଜୀବନ ଯାଇଥିବା ଜଣାପଡ଼ିଛି। ସୌରାଷ୍ଟ୍ର ଓ କଚ୍ଛ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଗତ କିଛିଦିନ ହେବ ଗୁଜରାଟରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଆଗାମୀଦିନରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ବର୍ଷା ଯୋଗୁଁ ଏଠାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ଗୁଜରାଟର ବରୋଦା, ଉଦୟପୁର, ନର୍ମଦା, ବରୁଚ ଓ ସୁରଟ ସମେତ ଏକାଧିକ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ତରଫରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ତରଫରୁ ସତର୍କ କରାଯାଇଛି।

ବରୋଦାରେ ବର୍ଷା ଯୋଗୁଁ ସ୍ଥିତି ବିଗିଡ଼ି ଯାଇଛି। ଗତ ଦୁଇଦିନ ଧରି ପ୍ରବଳ ବର୍ଷା ହେବାରୁ ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି। କେତେକ ସ୍ଥାନରେ ୧୨ଫୁଟ ପର୍ଯ୍ୟନ୍ତ ପାଣି ଜମି ରହିଥିବା ଜଣାପଡ଼ିଛି। ବଦୋରା ନିକଟ​‌େ​‌ର ଯାଇଥିବା ବିଶ୍ବମିତ୍ରୀ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବା ଜଣାପଡ଼ିଛି। ପ୍ରବଳ ବର୍ଷା ଯୋଗୁଁ ଅଜୱା ଡ୍ୟାମ୍‌ରୁ ଜଳ ନିଷ୍କାସନ କରାଯାଇଛି। ଫଳରେ ବରୋଦା ସହରର ବିଭିନ୍ନ ସ୍ଥାନରେ ପାଣି ପଶିଛି। ବରୋଦାର ୫ ହଜାର ପରିବାରକୁ ପ୍ରଶାସନ ସୁରକ୍ଷିତ ସ୍ଥାନକୁ ନେଇଯାଇଛି। ଉଦ୍ଧାର କାର୍ଯ୍ୟରେ ସେନା, ଏନଡିଆରଏଫ ଓ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବାହିନୀକୁ ନିୟୋଜିତ କରାଯାଇଛି।

- Advertisement -

ଗୁଜରାଟର ସ୍ଥିତିକୁ ନେଇ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଠାକାର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି। ଗୁଜରାଟକୁ ସବୁପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ଆଶ୍ବାସନା ଦେଇଥିବା ଭୂପେନ୍ଦ୍ର ସୂଚନା ଦେଇଛନ୍ତି। ମଙ୍ଗଳବାର ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ସ୍ଥିତି ସମୀକ୍ଷା କରିଥିଲେ। ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ସହ ରିଲିଫ ସାମଗ୍ରୀ ପହଞ୍ଚାଇବାକୁ ଭୂପେନ୍ଦ୍ର ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories