www.samajalive.in
Sunday, December 7, 2025
15.1 C
Bhubaneswar

ସାଲିଆ ସାହିରେ ପୁଣି ବୁଲିଲା ବୁଲ୍‌ଡୋଜର

ଭୁବନେଶ୍ଵର: ପୁଣି ସାଲିଆ ସାହିରେ ବୁଲିଲା ବୁଲଡୋଜର। ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ। ଇଡକୋ ଓ ନୀଳଚକ୍ରନଗରରେ ଅବକାରୀ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଘଟଣାସ୍ଥଳରେ ଅବକାରୀ ବିଭାଗ ପହଞ୍ଚି ବିପୁଳ ପରିମାଣର ପୋଚ ଜବତ କରିବା ସହ ନଷ୍ଟ କରିଛି। ତେବେ ଗତ ୨୬ ତାରିଖରେ ମୁଣ୍ଡା ସାହିରେ ଅବକାରୀ ବିଭାଗ ଚୋରା ମଦ ଭାଟି ଠାବ କରିବା ସହ ବ୍ୟାପକ ପରିମାଣର ପୋଚ ଓ ମଦ ନଷ୍ଟ କରିଥିଲା । ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଚଢାଉକୁ ବ୍ୟାପକ କରାଯାଇଥିଲା। ଘର ଭିତରେ ସୁଡଙ୍ଗ କରି ତିଆରି ହେଉଥିଲା ମଦ। ଏହାପୂର୍ବରୁ ମଧ୍ୟ ସାଲିଆ ସାହିରେ ଚଢାଉ କରି ତିନୋଟି ବେଆଇନ ମଦ ଭାଟିକୁ ନଷ୍ଟ କରିଥିଲା ପୁଲିସ। ଚଢାଉ ବେଳେ ମଧ୍ୟ ହଜାର ହଜାର ଲିଟର ଦେଶୀ ମଦ ଜବତ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories