www.samajalive.in
Saturday, December 6, 2025
26.1 C
Bhubaneswar

ମଣିଷକୁ ସଂକ୍ରମଣ ହୋଇ ନାହିଁ ବାର୍ଡ ଫ୍ଲୁ- ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ମଣିଷକୁ ବାର୍ଡ ଫ୍ଲୁ ସଂକ୍ରମଣ ହୋଇ ନାହିଁ । ଏନେଇ ଗୁରୁବାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ଯେଉଁ ନମୁନା ପରୀକ୍ଷା ପାଇଁ ଯାଇଥିଲା, ନେଗେଟିଭ୍‌ ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଆଇସୋଲେସନରେ ରଖାଯାଇଛି । ସ୍ୱାସ୍ଥ୍ୟ ବିଭାଗ ସଜାଗ ରହିଛି, ବ୍ୟାପକ ସଚେତନତା କରାଯାଉଛି । ବାର୍ଡ ଫ୍ଲୁକୁ ନେଇ ଆତଙ୍କିତ ନହେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ ପକ୍ଷରୁ ବୁଧବାର ମିଳିଥିବା ସୂଚନାନୁଯାୟୀ, ୨ ଜଣ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଥିଲେ। ଲକ୍ଷଣ ଥିବା ୨ ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଥିଲା। ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ ନମୁନା ପଠାଯାଇଥିଲା। ରିପୋର୍ଟକୁ ଅପେକ୍ଷା ରହିଥିଲା। ଏନେଇ ଆତଙ୍କିତ ନହେବାକୁ ପରାମର୍ଶ ଦେଇଥିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆରଏମଆରସି ରିପୋର୍ଟ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ତଥ୍ୟ ଦେବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଥିଲେ।

 

ଦେଖନ୍ତୁ ଭିଡିଓ; କାର୍‌ କି ପାଲିଙ୍କି ନୁହେଁ ରକେଟରେ ବିଦା ହେଲେ ବର-କନ୍ୟା..

- Advertisement -

ଆଜି ଏକାଦଶୀରେ ହେଉଛି ଅତ୍ୟନ୍ତ ଶୁଭ ସଂଯୋଗ; ଏହି ୫ ରାଶିଙ୍କ ଚମକିବ ଭାଗ୍ୟ, ହେବ ବଡ ଲାଭ..

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories