www.samajalive.in
Thursday, December 11, 2025
15.1 C
Bhubaneswar

ଅନୁଗୁଳରେ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନବୀନ ଜିନ୍ଦଲଙ୍କୁ ପ୍ରସ୍ତାବ

ଭୁବନେଶ୍ବର: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡ଼ିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା ପ୍ରକଳ୍ପ ଓ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଛି। ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ଜିନ୍ଦଲଙ୍କ ପ୍ରଚେଷ୍ଟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଆଗାମୀ ସଂପ୍ରସାରଣ ପାଇଁ ଆବଶ୍ୟକୀୟ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଏବେ କ୍ରୀଡ଼ା କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ। ଆମ ଗ୍ରାମାଞ୍ଚଳରେ ବହୁ ପ୍ରତିଭାବାନ କ୍ରୀଡ଼ା ପ୍ରତିଭା ଅଛନ୍ତି। ସେମାନଙ୍କ ପ୍ରତିଭାର ଉନ୍ମେଷ ନିମନ୍ତେ କମ୍ପାନୀ ପକ୍ଷରୁ ଅନୁଗୁଳ ଜିଲାରେ ଗୋଟିଏ ବିଶ୍ୱସ୍ତରୀୟ ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଜିନ୍ଦଲଙ୍କୁ ପ୍ରସ୍ତାବ ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories