www.samajalive.in
Friday, December 12, 2025
16.1 C
Bhubaneswar

ଛତିଶଗଡ଼ରେ ଏନକାଉଣ୍ଟରର – ୩ ମହିଳା ନକ୍ସଲ ନିହତ, ଅସ୍ତ୍ରଶସ୍ତ୍ର ଜବତ

ଡେସ୍କ: ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଅବୁଝାମାଡ଼ର ଘଞ୍ଚ ଜଙ୍ଗଲରେ ସୁରକ୍ଷାବାହିନୀ ସହ ଚାଲିଥିବା ଏନକାଉଣ୍ଟରରେ ୩ ଜଣ ମହିଳା ନକ୍ସଲ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ନକ୍ସଲ ସମ୍ବନ୍ଧୀୟ ସାମଗ୍ରୀ ଜବତ କରାଯାଇଛି। ବସ୍ତର ଆଇଜି ପି ସୁନ୍ଦରରାଜ କହିଛନ୍ତି, ସକାଳ ୮ଟାରୁ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା ଏବଂ ଏବେ ବି ଜାରି ରହିଛି ଏବଂ ଜିଲ୍ଲା ରିଜର୍ଭ ଗାର୍ଡ, ସ୍ପେଶାଲ ଟାସ୍କ ଫୋର୍ସ ଏବଂ ସୀମା ସୁରକ୍ଷା ବଳର ମିଳିତ ଟିମ୍ ଏହି ଅପରେସନରେ ନିୟୋଜିତ ଅଛନ୍ତି।

ନାରାୟଣପୁର ଓ କାଙ୍କେର ଜିଲ୍ଲାର ସୀମା ନିକଟବର୍ତ୍ତୀ ଅବୁଝାମାଡ଼ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ୩ ଜଣ ସଶସ୍ତ୍ର ମହିଳା ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଘଟଣାସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ନକ୍ସଲ ସମ୍ବନ୍ଧୀୟ ସାମଗ୍ରୀ ମିଳିଛି। ସମସ୍ତ ସୁରକ୍ଷା କର୍ମୀ ସୁରକ୍ଷିତ ଅଛନ୍ତି ବୋଲି ବସ୍ତର ଆଇଜି ପି ସୁନ୍ଦରରାଜ କହିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories