www.samajalive.in
Sunday, December 7, 2025
14.1 C
Bhubaneswar

ବିଲରୁ ୨ ମୃତଦେହ ଜବତ, ଦୁର୍ଘଟଣାରେ ମୃତ୍ୟୁ ସନ୍ଦେହ

ସମାଜ ଡିଜିଟାଲ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ବାଲିହରଚଣ୍ଡୀ ରାସ୍ତାର ମାଲସ ନିକଟରୁ ୨ ଜଣଙ୍କ ମୃତଦେହ ଜବତ ହୋଇଛି। ଏକ ବିଲ ଭିତରେ ୨ ଯୁବକଙ୍କ ମୃତଦେହ ପଡ଼ିଥିବା ନେଇ ଶନିବାର ସକାଳେ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେବା ପରେ ଘଟଣା ସାମ୍ନାକୁ ଆସିଥିଲା। ମୃତଦେହ ନିକଟରେ ଗୋଟିଏ ବାଇକ୍ ପଡ଼ିଛି। ତେଣୁ ଶୁକ୍ରବାର ରାତିରେ ଯୁବକ ଦ୍ଵୟ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଥିବା ସନ୍ଦେହ କରାଯାଉଛି। ହେଲେ ପ୍ରକୃତ କାରଣ ଏଯାଏ ଜଣାପଡ଼ି ନାହିଁ। ମୃତକମାନେ ପୁରୀ ଖଡ଼ିପଦା ଅଞ୍ଚଳର ବାସିନ୍ଦା ବୋଲି ସୂଚନା ମିଳିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories