www.samajalive.in
Sunday, December 14, 2025
15.1 C
Bhubaneswar

ଶୂନ୍ୟକାଳରେ ଉଠିଲା ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ; ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭୁବନେଶ୍ୱର: ବିଧାନସଭା ଶୂନ୍ୟକାଳରେ ଉଠିଲା ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ। ଗଞ୍ଜାମ ଜିଲା ଚିକିଟିରେ ବିଷାକ୍ତ ମଦ ଖାଇ ଆଜି ଆଉ ଜଣେ ଆଖି ବୁଝିଛନ୍ତି। ଫଳରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ହୋଇଥିବାରୁ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ। ସରକାର ଗୃହରେ ଏସମ୍ପର୍କରେ ବିବୃତ୍ତି ରଖିବାକୁ ଦାବି କରିଛନ୍ତି ବିରୋଧୀ। ଶୂନ୍ୟକାଳରେ ବିରୋଧୀ ବିଜେଡିର ସଦସ୍ୟମାନେ ହୋହାଲ୍ଲା କରିବା ସହ ଅବାକରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ନିଶାମୁକ୍ତ ଓଡ଼ିଶା ଗଠନ କହି ସରକାରକୁ ଆସିଥିଲା ବିଜେପି। ହେଲେ ଏବେ କଣ ହେଉଛି, ନୈତିକତା ଦୃଷ୍ଟିରୁ ଅବକାରୀ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ସେହିପରି ନାରୀ ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା। ଅଢେଇ ମାସରେ ୬ଜଣଙ୍କୁ ଦୁଷ୍କର୍ମ ଘଟଣା ସାମ୍ନାକୁ ଆସିଛି। ରାଜ୍ୟରେ ନାରୀ ସୁରକ୍ଷାକୁ ସରକାର ଗୁରୁତ୍ୱ ଦିଅନ୍ତୁ ବୋଲି କଂଗ୍ରେସ କହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories