www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ଶୁଭାରମ୍ଭ

ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ-ଉଷା)ର ଶୁଭାରମ୍ଭ ହୋଇଛି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। କୃଷି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ହେଉଛି ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନର ତୃତୀୟ ସଂସ୍କରଣ। ଏଥିରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡିକର ଭିତ୍ତିଭୂମିଠାରୁ ଆରମ୍ଭ କରି ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥାର ଉନ୍ନତି ନିମନ୍ତେ ଅର୍ଥ ପ୍ରଦାନ କରାଯାଏ। ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ସୁଦୃଢ କରିବା ସହ ଛାତ୍ରଛାତ୍ରୀଙ୍କୁ ଗୁଣବତ୍ତାପୂର୍ଣ୍ଣ ଶିକ୍ଷା ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରର ଏଥିପ୍ରତି ୬୦ପ୍ରତିଶତ ଓ ରାଜ୍ୟର ୪୦ପ୍ରତିଶତ ଯୋଗଦାନ ରହିବ। ଏହି ଯୋଜନା ମାଧ୍ୟମରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଇଣ୍ଟର୍ନସିପ୍‌‌ ମାଧ୍ୟମରେ ଇଣ୍ଡଷ୍ଟ୍ରିଆଲ ଏକ୍ସପୋଜର ପ୍ରଦାନ କରାଯିବ। ଏହାସହିତ ପ୍ଲେସମେଣ୍ଟ ମାଧ୍ୟମରେ ନିଯୁକ୍ତି ସୁଯୋଗ ମଧ୍ୟ ପ୍ରଦାନ କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତି।

- Advertisement -

କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି, ଆମ ସରକାରଙ୍କ ୮୧ତମ ଦିନରେ PM-USHA କାର୍ଯ୍ୟକ୍ରମର ଶୁଭାରମ୍ଭ ହେଲା। ଏହା ହେଉଛି ଡବଲ୍ ଇଞ୍ଜିନ ସରକାରର ସଫଳତା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦୂରଦୃଷ୍ଟି ଓ ତତ୍ତ୍ୱାବଧାନରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହି ଯୋଜନାକୁ ରାଜ୍ୟରେ ସଫଳତାର ସହ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମାନବ ସମ୍ବଳର ବିକାଶ ହେବ। ଏହି ଯୋଜନା ଦକ୍ଷତା ବିକାଶ, ଗବେଷଣା, ନିଯୁକ୍ତିଯୋଗ୍ୟ ଶିକ୍ଷାର ବିକାଶରେ ସହାୟକ ହେବ। ଏହା ଆମର ଶିକ୍ଷା ପରିବେଶକୁ ବିଶ୍ୱସ୍ତରୀୟ କରିବ।

କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ରାଜ୍ୟରେ ସ୍କୁଲ, କଲେଜ ପିଲାଙ୍କୁ ନେଇ ପ୍ରାୟ ୧ କୋଟି ଛାତ୍ରଛାତ୍ରୀ ଅଛନ୍ତି। ରାଜ୍ୟ ଜନସଂଖ୍ୟାର ଏହା ହେଉଛି ଏକ ଚତୁର୍ଥାଂଶ। ତେଣୁ ଏହି ପିଲାମାନଙ୍କର ଠିକ୍‌ ଭାବରେ ଦାୟିତ୍ୱ ନିଆଯାଇ ପାରିଲେ ରାଜ୍ୟର ବିକାଶ ବିଶ୍ୱସ୍ତରୀୟ ହୋଇପାରିବ। ଏକ ବିଂଶ ଶତାବ୍ଦୀ ହେଉଛି ଜ୍ଞାନର ଶତାବ୍ଦୀ । ଜ୍ଞାନ ଓ ପ୍ରତିଭା ହେଉଛି ଓଡିଆ ପିଲାଙ୍କ ମୂଳ ଆଧାର। ଏହାର ବିକାଶ ହୋଇପାରିଲେ ଆମ ପିଲାମାନେ ମଧ୍ୟ ବିଶ୍ୱସ୍ତରରେ ନିଜର ଦକ୍ଷତା ପ୍ରଦର୍ଶନ କରିପାରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ କଲେଜ ଓ ୟୁନିଭର୍‌ସିଟିର ବିକାଶ ପାଇଁ ୫୦୦ କୋଟି ଟଙ୍କା ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ। ଏହା ଯୋଗୁ ଆମ ରାଜ୍ୟର ୧ କୋଟି ପିଲା ବିଶ୍ୱସ୍ତରୀୟ ଶିକ୍ଷା ପାଇପାରିବେ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories