www.samajalive.in
Monday, December 8, 2025
16.1 C
Bhubaneswar

କୋଟିପତି କନିଷ୍ଠ କିରାଣୀ ପ୍ରଦୀପ ଦାସଙ୍କୁ ଗିରଫ କଲା ଭିଜିଲାନ୍ସ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ତାଙ୍କ ଘରେ ଭିଜିଲାନ୍ସ ଚଢାଉ କରିବା ପରେ ଆଜି ତାଙ୍କୁ ଗିରଫ କରିଛି। ଆୟଠାରୁ ଅଧିକ ସମ୍ପତ୍ତି ଠୁଳ କରିଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଗତକାଲି ପ୍ରଦୀପଙ୍କର ବାଲେଶ୍ୱର ପୈତୃକ ଓ ସମ୍ପର୍କୀୟଙ୍କ ଘର ସହ ଏକକାଳୀନ ୬ଟି ସ୍ଥାନରେ ଚଢାଉ ହୋଇଥିଲା। ପ୍ରଦୀପଙ୍କୁ ଦୁଇ ମହଲା ବିଶିଷ୍ଟ ମାର୍କେଟ କମ୍ପେ୍ଲକ୍ସ ଠାବ କରାଯାଇଥିଲା। ଏହାସହିତ ୬ଟି ପ୍ଲଟ, ବ୍ୟାଙ୍କ, ବୀମା, ପୋଷ୍ଟାଲ ଜମା ଓ ୨ଟି ଦୁଇ ଚକିଆ ଯାନ ଠାବ ହୋଇଥିଲା। ଏହାପରେ ପ୍ରଦୀପଙ୍କୁ ଏସମ୍ପର୍କରେ ପଚରାଉଚରା କରାଯାଇ ଥିବାବେଳେ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ। ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories