କଟକ ରେଭେନ୍ସା ବାଳିକା ବିଦ୍ୟାଳୟର ବିକାଶ ପାଇଁ ପ୍ରସ୍ତୁତ ହେବ ମାଷ୍ଟରପ୍ଲାନ

ଡେସ୍କ: କଟକ ରେଭେନ୍ସା ବାଳିକା ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ କଟକ ସହରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଅବସରରେ ମନ୍ତ୍ରୀ ଶ୍ରୀ ପ୍ରଧାନ ରେଭେନ୍ସା ବାଳିକା ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ବିଦ୍ୟାଳୟର ବିଭିନ୍ନ ଅସୁବିଧା ସମ୍ପର୍କରେ ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ସହ ଆଲୋଚନା କରିଥିଲେ। ରେଭେନ୍ସା ବାଳିକା ବିଦ୍ୟାଳୟର ଐତିହାସିକ ପୃଷ୍ଠଭୂମି ଓ ସ୍ଥାପତ୍ୟକୁ ଦୃଷ୍ଟିରେ ରଖି ବିଦ୍ୟାଳୟର ଭବନ, ଶ୍ରେଣୀଗୃହ, ଛାତ୍ରୀ ନିବାସ ଏବଂ ଆନୁଷଙ୍ଗିକ ଭିତ୍ତିଭୂମି ବିକାଶ ପାଇଁ ଏକ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବା ପାଇଁ ମନ୍ତ୍ରୀ ଶ୍ରୀ ପ୍ରଧାନ କଟକ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଛନ୍ତି।

Comments are closed.