www.samajalive.in
Sunday, December 7, 2025
14.1 C
Bhubaneswar

କାନ୍ଥ ଭୁଶୁଡି ଅଜା, ଆଈ ସମେତ ୪ ବର୍ଷର ନାତି ଗୁରୁତର

ପୁରୀ: ପୁରୀ ଜିଲ୍ଲା ବାଉରୀପଲ୍ଲୀ ଗାଁରେ ଅଘଟଣ।  କାନ୍ଥ ପଡ଼ି ଅଜା, ଆଈ ସମେତ ୪ବର୍ଷର ନାତି ଗୁରୁତର ଆହତ। ସକ୍ରିୟ ଲଘଚୁାପ ପ୍ରଭାବରେ ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ବିଭିନ୍ନ ସ୍ଥାନରୁ ଅଘଟଣର ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ ଶନିବାର ରାତିରେ ଅଜା , ଆଈ ଏବଂ ୪ ବର୍ଷର ନାତି ଶୋଇଥିବା ବେଳେ ହଠାତ୍ ଘରର କାନ୍ଥ ପଡିଯାଇଥିଲା। ପ୍ରଚଣ୍ଡ ଶଦ୍ଦ ହେବାରୁ ପାଖ ପଡୋଶୀ ଲୋକ ​‌ଦୌଡି ଆସିଥିଲେ। ଏବଂ ସମସ୍ତଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ନିକଟସ୍ଥ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories