www.samajalive.in
Monday, December 8, 2025
24.1 C
Bhubaneswar

ବାଣ କାରଖାନାରେ ବିସ୍ଫୋରଣ, ଦୁଇ ମୃତ

ନୂଆଦିଲ୍ଲୀ: ବାଣ କାରଖାନାରେ ବିସ୍ଫୋରଣ , ଚାଲିଗଲା ଦୁଇ ଜୀବନ। ତାମିଲନାଡୁର ଥୁଥୁକୁଡି ଜିଲ୍ଲା ନାଜରେଥ ନିକଟରେ ଥିବା ଏକ ବେଆଇନ ବାଣ କାରଖାନାରେ ବିସ୍ଫୋରଣ ହୋଇଛି। ଏଥିରେ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଦୁଇ ମହିଳାଙ୍କ ସମେତ ୪ ଜଣ ଆହତ ମଧ୍ୟ ହୋଇଛନ୍ତି। ମୃତକ କନ୍ନନ ଏବଂ ବିଜୟ ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ୍‌ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି। ସେହିପରି ଆହତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି। ତେବେ କେଉଁ କାରଣରୁ ବିସ୍ଫୋରଣ ଘଟିଛି, ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

 

- Advertisement -

 

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories