www.samajalive.in
Sunday, December 7, 2025
15.1 C
Bhubaneswar

ଆଠଗଡରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

ଆଠଗଡ: ଆଠଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ ଆନୁକୃଲ୍ୟରେ ଶନିବାର ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପ୍ରତ୍ୟୁଷରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ସହରରେ ରାମଧୂନ ପ୍ରଚାର ସହିତ ସକାଳ ୭ଟାରେ ସହରର ବିଭିନ୍ନ ସ୍ଥାନରେ ପ୍ରତିଷ୍ଠିତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ସାମୁହିକ ମାଲ୍ୟାର୍ପଣ କରାଯାଇଥିଲା। ସକାଳ ୮ଟାରେ ପରିଷଦ କାର୍ଯ୍ୟାଳୟ ପରିସରରେ ସମସ୍ତ କାଉନସିଲର, ନିର୍ବାହୀ ଅଧିକାରୀ ଏବଂ କର୍ମଚାରୀଙ୍କ ଉପସ୍ଥିତିରେ ଉପନଗରପାଳ ବି ଶୁଭ୍ରଶଙ୍କର ଜ୍ୟୋତି ଜାତୀୟ ପତାକା ଉତ୍ତୋଳନ କରି ଉଦବୋଧନ ଦେଇଥିଲେ। ପରେ କର୍ମଚାରୀମାନେ ଏକ ସଚେତନତା ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା।

ଏହି ଉପଲକ୍ଷେ ପୂର୍ବାହ୍ନ ୧୧ଟାରେ ଏନଏସି ପକ୍ଷରୁ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ନିର୍ବାହୀ ଅଧିକାରୀ ଡଃ ପ୍ରଦୀପ କୁମାର ସାହାଙ୍କ ପୌରୋହିତ୍ୟରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଆୟୋଜିତ ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ବିଧାୟକଙ୍କ ପ୍ରତିନିଧି ତଥା ସମାଜସେବୀ ଲକ୍ଷ୍ମୀନାରାୟଣ ଭଞ୍ଜ ଯୋଗଦେଇ ସହରର ସବୁ କ୍ଷେତ୍ରରେ ବିକାଶ ଲାଗି କେବଳ ସରକାର ବା ପରିଷଦ ଚାହିଁଲେ ହେବ ନାହିଁ। ବରଂ ଆଠଗଡ ସହରକୁ ଏକ ପୂର୍ଣ୍ଣ ବିକଶିତ ସହରରେ ପରିଣତ କରିବା ଲାଗି ଜନସାଧାରଣଙ୍କ ସହଯୋଗ ନିହାତି ଜରୁରୀ ବୋଲି ମତବ୍ୟକ୍ତ କରିଥିଲେ। ଏଥିରେ ସମ୍ମାନିତ ବକ୍ତା ଭାବେ ଉପନଗରପାଳ ବି ଶୁଭ୍ରଶଙ୍କର ଜ୍ୟୋତି ଆଠଗଡ ଏନଏସି ପକ୍ଷରୁ ସହରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ କାଉନସିଲର ଶୈଳବାଳା ସାମନ୍ତ, ମମତା ଦାସ, ପାର୍ବତୀ ରଣା ଓ ଅଶୋକ କୁମାର ବାରିକ ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ବରିଷ୍ଠ କର୍ମଚାରୀ ନିରଞ୍ଜନ ଦାସ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉପଲକ୍ଷେ ପୂର୍ବରୁ ବିଶ୍ଵନାଥ ବିଦ୍ୟାପୀଠ, ସରକାରୀ ବାଳିକା ହାଇସ୍କୁଲ ଓ ଅଚ୍ୟୁତାନନ୍ଦ ବିଦ୍ୟାପୀଠର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କାର ବିତରଣ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories