www.samajalive.in
Sunday, December 7, 2025
26.1 C
Bhubaneswar

ବାୟୁସେନାର ଉପମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର ମାର୍ଶାଲ ତେଜିନ୍ଦର ସିଂହ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଡେପୁଟି ଚିଫ୍ ଅଫ୍ ଏୟାର ଷ୍ଟାଫ୍ ଭାବେ ଏୟାର ମାର୍ଶାଲ ତେଜିନ୍ଦର ସିଂହ ଆଜି ନୂଆଦିଲ୍ଲୀରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂଆ ନିଯୁକ୍ତି ପାଇବା ପରେ ସେ ଜାତୀୟ ଯୁଦ୍ଧ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରି ସର୍ବୋଚ୍ଚ ବଳିଦାନ ଦେଇଥିବା ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଏୟାର ମାର୍ଶାଲ ତେଜିନ୍ଦର ଜାତୀୟ ପ୍ରତିରକ୍ଷା ଏକାଡେମୀର ପୂର୍ବତନ ଛାତ୍ର ଏବଂ ୧୯୮୭ ଜୁନ ୧୩ରେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ। ସେ ୪୫୦୦ ଘଣ୍ଟାରୁ ଅଧିକ ସମୟ ଉଡ଼ାଣ ସହ ‘ଏ’ ଶ୍ରେଣୀର ଫ୍ଲାଇଂ ଇନଷ୍ଟ୍ରକ୍ଟର ଅଟନ୍ତି।

- Advertisement -

ସେ ଏକ ଫାଇଟର ସ୍କ୍ୱାର୍ଡନ, ରାଡାର ଷ୍ଟେସନ, ଏକ ପ୍ରମୁଖ ଲଢୁଆ ଘାଟିର ନେତୃତ୍ୱ ନେଇଛନ୍ତି ଏବଂ ଜମ୍ମୁ-କଶ୍ମୀରରେ ଏୟାର ଅଫିସର କମାଣ୍ଡିଂ ଥିଲେ। ତାଙ୍କୁ ୨୦୦୭ରେ ବାୟୁ ସେନା ପଦକ ଏବଂ ୨୦୨୨ରେ ଅତି ବିଶେଷ ସେବା ପଦକ ପ୍ରଦାନ କରାଯାଇଥିଲା।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories