www.samajalive.in
Saturday, December 6, 2025
26.1 C
Bhubaneswar

ଓଲଟିଲା ଆଇରନ ବୋଝେଇ ଟ୍ରକ: ଚାଳକ ମୃତ, ହେଲପର ଗୁରୁତର

ବାଙ୍ଗିରିପୋଷି: ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ୱର ଜାତୀୟ ରାଜପଥର ଦ୍ୱାରାଶୁଣି ଘାଟି ରାସ୍ତାରେ ରବିବାର ଏକ ଆଇରନ ବୋଝେଇ ଟ୍ରକ୍ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ହେଲପର ଗୁରୁତର ଆହତ ହୋଇଛନ୍ତି।

ପ୍ରାପ୍ତ ସୂଚନା ମୁତାବକ, ଟ୍ରକ୍‌ଟି କଲକାତା ଅଭିମୁଖେ ଯାଉଥିବାବେଳେ ଦ୍ୱାରଶୁଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ସୁରକ୍ଷା ପାଚେରୀରେ ବାଡେଇ ହୋଇ ଓଲଟି ପଡ଼ିଥିଲା। ଫଳରେ ଉଭୟ ଚାଳକ ଓ ହେଲପର ଟ୍ରକ ମଧ୍ୟରେ ଚାପି ହୋଇ ଯାଇଥିଲେ। ଖବର ପାଇ ବାଙ୍ଗିରିପୋଷି ପୁଲିସ ଓ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିବାବେଳେ ଚାଳକଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରି ଏନଏଚଆଇ ଆମ୍ବୁଲାନ୍ସ ସାହାଯ୍ୟରେ ବାଙ୍ଗିରିପୋଷି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ହଟାଇବା ପରେ ଯାତାୟତ ସ୍ବାଭାବିକ ହୋଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories