www.samajalive.in
Monday, December 15, 2025
16.1 C
Bhubaneswar

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ 

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମାଙ୍କ ସହ କଳିଙ୍ଗ ଷ୍ଟାଡିୟମ ସ୍ପୋର୍ଟସ କମ୍ପ୍ଲେକ୍ସ ପରିଦର୍ଶନ କରି ସେଠାରେଥିବା  ବିଭିନ୍ନ ସୁବିଧା ସୁଯୋଗ ସଂପର୍କରେ ଅନୁଧ୍ୟାନ ଓ ଆଲୋଚନାକରିଥିଲେ।

ମୁଖ୍ୟ ଶାସନ ସଚିବ ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଇଣ୍ଡୋର ଆଥଲେଟିକ୍ସ ସେଣ୍ଟର, ଫୁଟବଲ ଷ୍ଟାଡିୟମ, ଭାରୋତ୍ତଳନ କେନ୍ଦ୍ର, ଜିମ୍ନାଷ୍ଟିକ୍ ସେଣ୍ଟର, ଆକ୍ୱାଟିକ୍ ସେଣ୍ଟର, ହକି ହାଇ ପରଫର୍ମାନ୍ସ ସେଣ୍ଟର, ହକି ଷ୍ଟାଡିୟମ ଓ ବ୍ୟାଡମିଣ୍ଟନ ହାଇପରଫର୍ମାନ୍ସ ସେଣ୍ଟର ପରିଦର୍ଶନ କରିଥିଲେ। ଏହାପରେ ସେ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ପରିଦର୍ଶନ କରିଥିଲେ।

- Advertisement -

ଏହି ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ କ୍ରୀଡ଼ାବିତ୍ ଓ ପ୍ରଶିକ୍ଷକଙ୍କ ସହ ଅର୍ଥପୂର୍ଣ୍ଣ ଆଲୋଚନା କରିବା ସହ ସେମାନଙ୍କ ପ୍ରଶିକ୍ଷଣ ପ୍ରକ୍ରିୟା ଓ କମ୍ପ୍ଲେକ୍ସରେ ଅନୁଭୂତି ସମ୍ପର୍କରେ ଅବଗତ ହୋଇଥିଲେ ।  ଖେଳାଳିଙ୍କ ପ୍ରଦର୍ଶନ ଓ ସୁସ୍ଥତାପାଇଁ ଷ୍ଟାଡିୟମରେ ଚାଲିଥିବାହାଇ ପରଫର୍ମାନ୍ସ ସେଣ୍ଟରର  କାର୍ଯ୍ୟକ୍ରମ ସମ୍ପର୍କରେ ସେ ପଚାରି ବୁଝିଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କ୍ରୀଡ଼ା କ୍ଷେତ୍ରରେ କ୍ରୀଡ଼ା ବିଭାଗର ପଦକ୍ଷେପକୁ ପ୍ରଶଂସା କରିବା ସହ କ୍ରୀଡ଼ାବିତ୍ ମାନେ ଯେପରି ସର୍ବୋଚ୍ଚ ସ୍ତରରେ ପ୍ରତିଦ୍ୱନ୍ଦ୍ୱିତା କରି ଦେଶ ପାଇଁ ଗୌରବ ଆଣିପାରିବେ, ସେଥିପାଇଁ ସର୍ବୋତ୍ତମ ସୁବିଧା ଓ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଥିଲେ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories