www.samajalive.in
Friday, December 12, 2025
23.1 C
Bhubaneswar

‘ମେହେର ସାହିତ୍ୟରେ ଜୀବନ ଚିନ୍ତା’ ଶୀର୍ଷକ ଆଲୋଚନା ଚକ୍ର

ଭୁବନେଶ୍ୱର : କେଦାରନାଥ ଗବେଷଣା ପ୍ରତିଷ୍ଠାନରେ ଝରଣା ସାହିତ୍ୟ ସଂସଦ ତରଫରୁ ଆୟୋଜିତ ‘ମେହେର ସାହିତ୍ୟରେ ଜୀବନ ଚିନ୍ତା’ ଶୀର୍ଷକ ଆଲୋଚନାଚକ୍ର ରଘୁନାଥ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଝରଣା ସାହିତ୍ୟ ସଂସଦର ସଂପାଦକ, ବିଶିଷ୍ଟ ସାହିତ୍ୟିକ ମନୋଜ କୁମାର ଜେନା ସ୍ଵାଗତ ଭାଷଣ ଦେଇଥିଲେ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ।

ମୁଖ୍ୟ ଅତିଥିଭାବରେ ଫକୀର ମୋହନ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ଡକ୍ଟର କୁମରବର ଦାସ ଏବଂ ସମ୍ମାନିତ ଅତିଥି ଭାବରେ ବିଶିଷ୍ଟ ସାହିତ୍ୟିକ ରମେଶ ଚନ୍ଦ୍ର ପାଣି ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ ଉତ୍କଳ ବିଶ୍ଵବିଦ୍ୟାଳୟର ପ୍ରାକ୍ତନ ପ୍ରଫେସର ଡକ୍ଟର ଶରତ ଚନ୍ଦ୍ର ରଥ। କବି ଗଙ୍ଗାଧର ମେହେରଙ୍କ ବହୁମୁଖୀ ପ୍ରତିଭାର ଆଲୋଚନା ସହିତ ତାଙ୍କ କାବ୍ୟ କବିତାରେ ଥିବା ବଞ୍ଚିବାର କଳା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ସଭାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ସଭାଟିକୁ ସାଫଲ୍ୟ ମଣ୍ଡିତ କରିଥିଲ ମଞ୍ଚ ପରିଚାଳନା କରିଥିଲେ ମନୋଜ କୁମାର ଜେନା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ତନୟା ଦାସ ଗୋସ୍ୱମୀ

Hot this week

ଜାପାନରେ ୬.୭ ତୀବ୍ରତାର ଭୂକମ୍ପ : ସୁନାମି ସତର୍କତା ଜାରି

ଟୋକିଓ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ...

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

Related Articles

Popular Categories