www.samajalive.in
Tuesday, December 9, 2025
15.1 C
Bhubaneswar

ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝି ଆଜି ବିଧାନସଭାରେ କହିଛନ୍ତି। ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ। ଶୂନ୍ୟକାଳରେ ବଲାଙ୍ଗିରରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ହେବାର କୌଣସି ପ୍ରସ୍ତାବ ଅଛି କି ନାହିଁ ବୋଲି ପ୍ରଶ୍ନ କରିଥିଲେ ବିଜେଡି ବିଧାୟକ କଳିକେଶ ସିଂହଦେଓ। ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁପ୍ରିମକୋର୍ଟଙ୍କ ଦ୍ୱାରା ଏ ସଂକ୍ରାନ୍ତରେ ଆସିଥିବା ରାୟ ଅନୁଯାୟୀ ଓଡ଼ିଶାରେ କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନାହିଁ। ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଦୀର୍ଘ ଦିନ ହେବ ଦାବି କରିଆସୁଛନ୍ତି ପଶ୍ଚିମ ଓଡ଼ିଶାବାସୀ। ଏନେଇ ଅନେକ ଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ମଧ୍ୟ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories