www.samajalive.in
Sunday, December 7, 2025
16.1 C
Bhubaneswar

ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା !

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ନିଆଳିଝରଣ ଗାଁରେ ଅଭାବନୀୟ ଘଟଣା ଘଟିଛି।  ଘରେ ପଶି ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତ ମହିଳା ମୋହନ ହେମ୍ରମଙ୍କ ପତ୍ନୀ ସାଲକେ ହେମ୍ରମ୍ ବୋଲି ଜଣାପଡିଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ରବିବାର ରାତିରେ ମୋହନ ଭୋଜି ଖାଇବାକୁ ଯାଇଥିବାବେଳେ ଘରେ କେବଳ ତାଙ୍କ ପତ୍ନୀ ସାଲକେ ଏବଂ ଶାଶୁ ରହିଥିଲେ। ଏହି ସମୟରେ ହଠାତ୍ ଜଣେ ଅଜଣା ବ୍ୟକ୍ତି ଘର ଭିତରକୁ ପଶି ଆସି ସାଲକେଙ୍କୁ ବାହାରକୁ ଡାକିଥିଲେ। ଏବଂ ନିର୍ମମ ଭାବେ ହତ୍ୟା କରିଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି। ତେବେ ଡାହାଣୀ ସନ୍ଦେହରେ ସାଲକେଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ।

 

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories