www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ; ଅନୁଗୁଳ ଚମ୍ପିୟାନ୍, ବଲାଙ୍ଗୀର ରନର୍ସଅପ୍

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବ୍ୟାଡମିଣ୍ଟନ ଆସୋସିଏସନ ପକ୍ଷରୁ ଏକଦିବସୀୟ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନ ଜିଲ୍ଲା କ୍ରୀଡା ଅନୁଷ୍ଠାନ ପକ୍ଷରୁ ସମସ୍ତ ବର୍ଗର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଫୁଲବାଣୀ ଉପଜିଲ୍ଲାପାଳ ଚିତ୍ତରଞ୍ଜନ ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏଥିରେ ବରିଷ୍ଠ ବର୍ଗର ଖେଳାଳିମାନଙ୍କ ସମେତ କନିଷ୍ଠ ବର୍ଗର ଖେଳାଳି ଭାଗ ନେଇଥିଲେ। ଏହି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ଏହି ପ୍ରତିଯୋଗିତାରେ ରାଜ୍ୟର ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବଲାଙ୍ଗୀର, ଭଞ୍ଜନଗର, ବୌଦ୍ଧ, ସୋନପୁରର ଓ କଳାହାଣ୍ଡି ଜିଲ୍ଲା ସମେତ ଅନ୍ୟାନ୍ୟ ୨୪ ଟି ଜିଲ୍ଲାର ଖେଳାଳି ମାନେ ଭାଗ ନେଇଥିଲେ। ଏହି ପ୍ରତିଯୋଗିତାରେ ଢେଙ୍କାନାଳର ତାରିଣୀ ଏବଂ ପାର୍ଟନର ଚମ୍ପିଅନ୍ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲା ଇନଫାର ଓ ପାର୍ଟନର ରନର୍ସଅପ ହୋଇଥିଲେ। ସେହିପରି ସୋନପୁର ଜିଲ୍ଲାର ସରୋଜ ଭୋଇ ଏବଂ ପାର୍ଟନର ତୃତୀୟ ସ୍ଥାନ ଅଧିକାର କରିଥିଲେ। ଶେଷରେ ଦିବସର ମୁଖ୍ୟ ଅତିଥି କନ୍ଧମାଳ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶୁଭେନ୍ଦୁ କୁମାର ପାତ୍ର ବିଜୟୀ ପ୍ରତିଯୋଗୀମାନଙ୍କୁ ଅର୍ଥରାଶି ଓ ସାର୍ଟିଫିକେଟ ପ୍ରଦାନ କରିଥିଲେ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories