www.samajalive.in
Monday, December 8, 2025
14.1 C
Bhubaneswar

ରାସ୍ତା କଡରେ ବସିଥିଲେ, ମାଡିଗଲା କାର୍

ମୁମ୍ବାଇ : ମହାରାଷ୍ଟ୍ରର ଗୋନ୍ଦିଆ ସହରରେ ଏକ ଭୀଷଣ ସଡକ ଦୁର୍ଘଟଣା ସାମ୍ନାକୁ ଆସିଛି । ଏଥିରେ ଏକ କାର୍ ତୀବ୍ର ଗତିରେ ଆସି ରାସ୍ତା କଡରେ ବସିଥିବା ୨ ଟ୍ରକ୍ ଚାଳକ ଏବଂ ଜଣେ ସାଇକେଲ ଚାଳକଙ୍କୁ ଧକ୍କା ଦେଇଛି । ଏଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ସମ୍ପୂର୍ଣ୍ଣ ଘଟଣାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି । ଘଟଣାଟି ଗୋନ୍ଦିଆ ସହରର ଫୁଲଚୁରସ୍ଥିତ ପଲିଟେକନିକ୍ କଲେଜ ନିକଟରେ ଘଟିଛି ।

- Advertisement -

ସୂଚନା ଅନୁସାରେ ଗୋରେଗାଓଁରୁ ଗଣେଷ ନଗର ଯାଉଥିବା ରାସ୍ତାରେ ଏକ ଧଳା ରଙ୍ଗର କାର୍ ତୀବ୍ର ଗତିରେ ଆସି ରାସ୍ତା କଡରେ ଥିବା କିଛି ଲୋକଙ୍କୁ ଧକ୍କା ଦେଇଥିଲା । ଏହା ପରେ କାରଟି ଓଲଟି ପଡିଥିଲା । ଏଥିରେ ୩ ଜଣ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories