www.samajalive.in
Sunday, December 14, 2025
23.1 C
Bhubaneswar

ମୋଦୀଙ୍କ ବ୍ରୁନେଇ ଗସ୍ତ – ଦୃଢ଼ ହେବ ଆକ୍ଟ ଇଷ୍ଟ ପଲିସି

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରୁନେଇର ସୁଲତାନ ହାଜି ହସନାଲ ବୋଲକିଆଙ୍କ ସହ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦଶମ ବର୍ଷରେ ପହଞ୍ଚିଥିବା ‘ଆକ୍ଟ ଇଷ୍ଟ ପଲିସି’କୁ ସୁଦୃଢ଼ କରିବା ପାଇଁ ଭାରତର ପ୍ରତିବଦ୍ଧତାକୁ ଦୃଷ୍ଟିରେ ରଖି ତାଙ୍କର ଏହି ଗସ୍ତ। ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ଓ ଭାଗିଦାରୀକୁ ଉନ୍ନତ କରିବାକୁ ସହମତ ହୋଇଥିଲେ। ପ୍ରତିରକ୍ଷା, ବାଣିଜ୍ୟ ଓ ପୁଞ୍ଜିନିବେଶ, ଖାଦ୍ୟ ନିରାପତ୍ତା, ଶିକ୍ଷା, ଶକ୍ତି, ମହାକାଶ ପ୍ରଯୁକ୍ତିବିଦ୍ୟା, ସ୍ୱାସ୍ଥ୍ୟ, ଦକ୍ଷତା ବୃଦ୍ଧି, ସଂସ୍କୃତି ଏବଂ ଲୋକଙ୍କ ମଧ୍ୟରେ ଆଦାନ ପ୍ରଦାନ ଭଳି ବିଭିନ୍ନ ପ୍ରସଙ୍ଗରେ ଦୁଇ ନେତା ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ଆଇସିଟି, ଫିନଟେକ୍, ସାଇବର ସିକ୍ୟୁରିଟି, ନୂତନ ଏବଂ ଉଦୀୟମାନ ପ୍ରଯୁକ୍ତି ବିଦ୍ୟା ଏବଂ ଅକ୍ଷୟ ଶକ୍ତି ଭଳି କ୍ଷେତ୍ରରେ ସହଯୋଗ କରିବାକୁ ସେମାନେ ରାଜି ହୋଇଥିଲେ। ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ପ୍ରଧାନମନ୍ତ୍ରୀ ଏବଂ ବ୍ରୁନେଇର ସୁଲତାନ ଆଲୋଚନା କରିଥିଲେ।

ଉଭୟ ନେତା ସମସ୍ତ ପ୍ରକାର ଆତଙ୍କବାଦକୁ ନିନ୍ଦା କରିବା ସହ ଏହାକୁ ପ୍ରତ୍ୟାଖ୍ୟାନ କରିବାକୁ ଆହ୍ୱାନ ଦେଇଛନ୍ତି। ଏସିଆନ୍ – ଭାରତ ବ୍ୟାପକ ରଣନୈତିକ ଭାଗିଦାରୀକୁ ଅଧିକ ସୁଦୃଢ଼ କରିବା ପାଇଁ ଉଭୟ ନେତା ପାରସ୍ପରିକ ଲାଭଦାୟକ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବାକୁ ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories